www.samajalive.in
Wednesday, December 10, 2025
16.1 C
Bhubaneswar

ବାହାନଗା ରେଳ ଦୁର୍ଘଟଣା : ପୁଣି ଜେଲ୍ ଗଲେ ୩ ଅଭିଯୁକ୍ତ

ଡେସ୍କ : ବାହାନଗା ଭୟଙ୍କର ରେଳ ଦୁର୍ଘଟଣା ମାମଲାରେ ଗିରଫ ୩ ଅଭିଯୁକ୍ତ ପୁଣି ଝାରପଡ଼ା ଜେଲ୍ ଯାଇଛନ୍ତି । ଶୁକ୍ରବାର ଦିନ ସେମାନଙ୍କ ରିମାଣ୍ଡ ଅବଧି ଶେଷ ହୋଇଥିବା ବେଳେ ସେମାନଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସିବିଆଇ ସେମାନଙ୍କୁ ଆଉ ଥରେ ରିମାଣ୍ଡରେ ନେବାକୁ ଆବେଦନ କରି ନଥିବାରୁ ଅଭିଯୁକ୍ତମାନଙ୍କୁ ପୁଣି ଜେଲ୍ ପଠାଇ ଦିଆଯାଇଛି । ଜୁଲାଇ ୨୭ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସୂଚନାଯୋଗ୍ୟ ଯେ ଗତ ଜୁନ୍ ୨ ତାରିଖରେ ଘଟିଥିବା ବାହାନଗା ଟ୍ରେନ୍ ଦୁର୍ଘଟଣାରେ ବରିଷ୍ଠ ସେକ୍ସନ ଇଞ୍ଜିନିୟର ଅରୁଣ ମହାନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମୀର ଖାନ୍ ଓ ଟେକ୍ନିସିଆନ ପପୁ କୁମାରଙ୍କୁ ସିବିଆଇ ଗିରଫ କରିଥିଲା। ପୂର୍ବରୁ ସିବିଆଇ ସେମାନଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଥିଲା ବେଳେ ଦ୍ୱିତୀୟ ଥର ପାଇଁ ସେମାନଙ୍କୁ ୪ ଦିନିଆ ରିମାଣ୍ଡରେ ନେଇଥିଲା। ଆଜି ସେମାନଙ୍କ ରିମାଣ୍ଡ ଅବଧି ଶେଷ ହୋଇଥିବାରୁ ପୁଣି ଜେଲ୍ ପଠାଇ ଦିଆଯାଇଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories