www.samajalive.in
Friday, December 12, 2025
26.1 C
Bhubaneswar

ସୁଲତାନ ଅଲ ଜାବେରଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ଆବୁଧାବି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଆବୁଧାବିରେ ସିଓପି୨୮ର ମନୋନୀତ ଅଧ୍ୟକ୍ଷ ତଥା ଆବୁଧାବି ଜାତୀୟ ତୈଳ କମ୍ପାନୀର ଗ୍ରୁପ୍ ସିଇଓ ଡକ୍ଟର ସୁଲତାନ୍ ଅଲ ଜାବେରଙ୍କୁ ସାକ୍ଷାତ କରିଛନ୍ତି।
ୟୁଏଇର ଅଧ୍ୟକ୍ଷତାରେ ୟୁଏନ୍ଏଫସିସିସିର ଆଗାମୀ ସିଓପି-୨୮ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ୟୁଏଇର ଆଭିମୁଖ୍ୟ ସମ୍ପର୍କରେ ଡକ୍ଟର ଜାବେର ପ୍ରଧାନମନ୍ତ୍ରୀଙ୍କୁ ବିସ୍ତୃତ ସୂଚନା ଦେଇଥିଲେ । ପ୍ରଧାନମନ୍ତ୍ରୀ ସିଓପି-୨୮ ଅଧ୍ୟକ୍ଷତା ପାଇଁ ୟୁଏଇକୁ ଭାରତର ସମ୍ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି। ଆଲୋଚନା ସମୟରେ ଆନ୍ତର୍ଜାତୀୟ ସୌର ମେଣ୍ଟ, ବିପର୍ଯ୍ୟୟ ମୁକାବିଲା ଭିତ୍ତିଭୂମି ପାଇଁ ମିଳିତ ମଞ୍ଚ, ଆନ୍ତର୍ଜାତୀୟ ମିଲେଟ ବର୍ଷ ଏବଂ ପରିବେଶ ପାଇଁ ଜୀବନ ଶୈଳୀ(ମିଶନ ଲାଇଫ୍) ସମେତ ଜଳବାୟୁ ପରିବର୍ତ୍ତନ ଜନିତ ସମସ୍ୟାର ସମାଧାନ କରିବା ପାଇଁ ଭାରତର ପ୍ରୟାସ ଏବଂ ପଦକ୍ଷେପ ଉପରେ ପ୍ରଧାନମନ୍ତ୍ରୀ ମଧ୍ୟ ଆଲୋକପାତ କରିଛନ୍ତି ।
ଏହି ଆଲୋଚନାରେ ଭାରତ ଏବଂ ୟୁଏଇ ମଧ୍ୟରେ ଶକ୍ତି ସହଯୋଗ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା ।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories