www.samajalive.in
Saturday, December 13, 2025
26.1 C
Bhubaneswar

ଟ୍ରକ ଦୁର୍ଘଟଣା, ଉଭୟ ଡ୍ରାଇଭର ଗୁରୁତର

ହରଭଙ୍ଗା : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗିର ୫୭ନଂ ଜାତୀୟ ରାଜପଥ ଚାରିଛକ ଶିବ ମନ୍ଦିର ନିକଟରେ ରବିବାର ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ଉଭୟ ଟ୍ରକର ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ ଏକ ଚକଲେଟ ବୋଝେଇ ଟ୍ରକ ନୟାଗଡରୁ ବୌଦ୍ଧ ପଟକୁ ଆସୁଥିବା ସମୟରେ ବିପରୀତ ପଟୁ ଏକ ଲୁହା ବୋଝେଇ ଟ୍ରକ ବୌଦ୍ଧରୁ  ଭୁବନେଶ୍ୱର ଅଭିମୁଖେ ଯାଉଥିଲା । ଶିବମନ୍ଦିର ନିକଟରେ ଉଭୟ ଟ୍ରକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ଏଥିରେ ଟ୍ରକ ଡ୍ରାଇଭର ନୟାଗଡ ଜିଲ୍ଲା କୁରାଳ ଅଂଚଳର କୃଷ୍ଠ ଚନ୍ଦ୍ର ବେହେରା ଏବଂ ବଡମ୍ବା ଅଂଚଳର ରାକେଶ କୁମାର ବେହେରା ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ହରଭଙ୍ଗା ଅଗ୍ନିଶମ ଦଳ ଗଟଣାସ୍ଥଳରେ ପହଞ୍ଚି ଉଭୟ ଗୁରୁତରଙ୍କୁ ଉଦ୍ଧାର କରି ପୁରୁଣାକଟକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ପୁରୁଣାକଟକ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories