www.samajalive.in
Monday, December 15, 2025
14.1 C
Bhubaneswar

ପୌରାଧ୍ୟକ୍ଷାଙ୍କ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ତଦାରଖ

ଚୌଦ୍ୱାର : ଚୌଦ୍ୱାର ପୌରପାଳିକା ୧୭ ନମ୍ବର ୱାର୍ଡ଼ର ବିଭିନ୍ନ ଅଞ୍ଚଳ ଗତ ୨ଦିନ ଧରି ଲଗାଣ ବର୍ଷା ଫଳରେ  ଜଳବନ୍ଦୀ ହୋଇଛି । ଫଳରେ ସ୍ଥାନୀୟ ବାସିନ୍ଦା ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ବିଶେଷକରି ଧୂମାବତୀ ନଗର, କଳିଙ୍ଗ ନଗର, ସାଇ ବିହାର ଆଦି ଅଞ୍ଚଳରେ ଲୋକଙ୍କ ଘରେ ବର୍ଷାଜଳ ପ୍ରବେଶ କରି ଘର ଭିତରେ ଜମି ରହିଥିବା ଦେଖିବାକୁ ମିଳିଛି । ସ୍ଥାନୀୟ ଲୋକେ ଏସମ୍ପର୍କରେ ବିଧାୟକ ସୌଭିକ୍ ବିଶ୍ୱାଳଙ୍କୁ ଅବଗତ କରାଇଥିଲେ। ବିଧାୟକଙ୍କ ପରାମର୍ଶକ୍ରମେ ପୌରାଧ୍ୟକ୍ଷା ମାନସୀ ସ୍ୱର୍ଣ୍ଣପ୍ରଭା ସାମଲଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ରବିବାର ଦିନ ଜେସିବି ମେସିନ୍ ସାହାଯ୍ୟରେ ରାସ୍ତା ସଫେଇ ସହିତ ବର୍ଷାଜଳ ନିଷ୍କାସନର ବ୍ୟବସ୍ଥା କରାଯିବା ସହିତ ଅବଶ୍ୟକ ସ୍ଥାନ ମାନଙ୍କରେ ହ୍ୟୁମ୍ ପାଇପ ବସାଯାଇ ଜଳ ନିଷ୍କାସନର ବ୍ୟବସ୍ଥା କରାଯାଇଛି। ସ୍ଥାନୀୟ କାଉନସିଲର ଆଶୁତୋଷ ଦାସ, ପୌର ନିର୍ବାହୀ ଅଧିକାରୀ ସଂଜୀବ କୁମାର ମହାପାତ୍ର, ୱାର୍ଡ଼ ଅଧିକାରୀ ରଶ୍ମୀ ରଞ୍ଜନ ଦାସ, ପୌର କନିଷ୍ଠ ଯନ୍ତ୍ରୀ ସଂଜୟ କୁମାର ସାମଲ ପ୍ରମୁଖ ସହଯୋଗ କରିଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories