www.samajalive.in
Saturday, December 13, 2025
26.1 C
Bhubaneswar

ଆଜି ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଶ୍ରାବଣ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ସୋମବାର ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ଶ୍ରୀମସ୍ତକରେ ଚିତାଲାଗି କରାଯିବ। ଏଥିପାଇଁ ଅପରାହ୍ଣ ପ୍ରାୟ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପ୍ରଥମ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ଭିତରୁ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଚିତାଲାଗି ଶେଷ ହେବା ପରେ ଶ୍ରୀଜୀଉଙ୍କୁ ମହାସ୍ନାନ ଏବଂ ବେଶ କରାଯିବ। ଚିିତାଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିର ଭିତରକୁ ଯାଇ ପାର୍ଶ୍ବ ଦେବଦେବୀଙ୍କୁ ଦର୍ଶନ କରିପାରିବେ। ଦେବସ୍ନାନ ପୂର୍ଣ୍ଣିମା ଦିନ ମହାପ୍ରଭୁ ସ୍ନାନ ମଣ୍ଡପରୁ ରାତିରେ ଫେରିବାବେଳେ ଶ୍ରୀମସ୍ତକରୁ ରତ୍ନ ଖଚିତ ଚିତା ବାହାର କରାଯାଇଥିଲା। ସୋମବାର ଚିତାଲାଗି ଅମାବାସ୍ୟା ତିଥିରେ ଚିତାଲାଗି କରାଯିବା ବିଧି ରହିଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories