www.samajalive.in
Sunday, December 14, 2025
19.1 C
Bhubaneswar

ୟୁନିଟ୍ ୯ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ମିଶ୍ରଣ ପ୍ରତିବାଦରେ ଛାତ୍ରୀ ଓ ଅଭିଭାବକଙ୍କ ଧାରଣା

ଭୁବନେଶ୍ବର: ୟୁନିଟ୍ ୯ବାଳିକା ବିଦ୍ୟାଳୟକୁ ୟୁନିଟ୍ ୯ ବାଳକ ବିଦ୍ୟାଳୟରେ ମିଶ୍ରଣ କରିବାକୁ ନିଷ୍ପତ୍ତି ହୋଇଛି। ଖୋର୍ଦ୍ଧା ଜିଲାପାଳଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ପକ୍ଷରୁ ଏନେଇ ସୁପାରିସ କରାଯାଇଛି ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ ୟୁନିଟ୍‌-୯ ବାଳିକା ହାଇସ୍କୁଲର ମିଶ୍ରଣ ପ୍ରତିବାଦରେ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ବିଦ୍ୟାଳୟ ଗେଟରେ ତାଲା ପକାଇ ଧାରଣାରେ ବସିଛନ୍ତି ଛାତ୍ରୀ ଓ ଅଭିଭାବକ। ଦୀର୍ଘ ୫୭ ବର୍ଷ ଧରି ନାରୀଶିକ୍ଷାର ପ୍ରାଣକେନ୍ଦ୍ର ପାଲଟିଥିବା ଏହି ହାଇସ୍କୁଲ ୟୁନିଟ୍ -୯ ହାଇସ୍କୁଲ ସହ ମିଶ୍ରଣ ହେବା ଦ୍ୱାରା ଛାତ୍ରୀଙ୍କ ପାଠପଢ଼ା ପ୍ରଭାବିତ ହେବ ବୋଲି ଅଭିଭାବକମାନେ ଅଭିଯୋଗ କରିଛନ୍ତି । ତେବେ ରାଜଧାନୀର ୟୁନିଟ୍ ୯ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ରମା ଦେବୀ ଜୁନିଅର କଲେଜ୍ ଚାଲିବ। ଏଠାରେ ପ୍ରଥମ ପର୍ଯ୍ୟାୟରେ କଳା ଓ ବାଣିଜ୍ୟ ବିଭାଗର ପାଠପଢ଼ା ହେବ। ଏନେଇ ଗଣଶିକ୍ଷା ବିଭାଗ ସ୍ବତନ୍ତ୍ର ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦଶାଳୟର ନିର୍ଦ୍ଦେଶକ। ତେବେ ସେଠାରେ ଲ୍ୟାବ୍ ନଥିବାରୁ ବିଜ୍ଞାନ ବିଭାଗର ଛାତ୍ରୀମାନେ ରମା ଦେବୀ ବିଦ୍ୟାଳୟରେ ପଢ଼ିବେ ବୋଲି ଜଣାଯାଇଛି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories