www.samajalive.in
Tuesday, December 9, 2025
16.1 C
Bhubaneswar

୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ଥିବା ନେଇ ମଙ୍ଗଳବାର ଜଣାପଡିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ଫଳରେ ୧୯ ରୁ ୨୨ ଯାଏଁ ବିସ୍ତୃତ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହାସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।


ସେହିପରି ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି। ଗୋଟିଏ ସ୍ଥାନରେ ଅତ୍ୟନ୍ତ ପ୍ରବଳ ସହ ୩ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ୧୨ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର ଜିଲାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି।

- Advertisement -


୨୪ ଘଣ୍ଟାରେ ବଲାଙ୍ଗୀର ଗୁଡଭେଲାରେ ସର୍ବାଧିକ ୨୯୬.୪ ମିମି ବର୍ଷା ରେକର୍ଡ କରାଯାଇଛି। କଳାହାଣ୍ଡି ଥୁ.ରାମପୁରରେ ୧୮୯ ମିମି,କର୍ଲାମୁଣ୍ଡାରେ ୧୮୪ ମିମି ବର୍ଷା ରେକର୍ଡ ହୋଇଛି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories