www.samajalive.in
Sunday, December 14, 2025
26.1 C
Bhubaneswar

ସମ୍ବଲପୁର ଜିଲ୍ଲାକୁ ଭାରତ ସରକାରଙ୍କ ଦ୍ବାରା ‘ଭୂମି ସମ୍ମାନ‘ ପ୍ରଦାନ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ସବୁବେଳେ ଉନ୍ନୟନ ମୂଳକ କାର୍ୟ୍ୟକରି ଜିଲ୍ଲା ପାଇଁ ସୁନାମ ଆଣି ଦେଉଛି । ବିଗତ ଦିନ ମାନଙ୍କରେ ଅନେକ ପୁରସ୍କାର ପାଇ ସାରା ରାଜ୍ୟରେ ଅଗ୍ରଣୀ ଜିଲ୍ଲା ଭାବରେ ନିଜକୁ ପ୍ରତିଷ୍ଠିତ କରାଇ ପାରିଛି। ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ପରିସରରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ସମ୍ବଲପୁର ଜିଲ୍ଲାକୁ ଏହାର ଶ୍ରେଷ୍ଠ ପାରଦର୍ଶିତା ପାଇଁ ‘ ଭୂମି ସମ୍ମାନ ପ୍ଲାଟିନାମ ପ୍ରମାଣ ପତ୍ର‘ ପ୍ରଦାନ କରାଯାଇଛି। ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୂର୍ମୁ ମହୋଦୟାଙ୍କ କରକମଲରେ ଭୂମି ସଂସ୍କାର କ୍ଷେତ୍ରରେ ଭାରତର ଶ୍ରେଷ୍ଠ ୬୮ ଜିଲ୍ଲାକୁ ଭୂମି ସମ୍ମାନ ପୁରସ୍କାର ପ୍ରଦାନ କରାଯାଇଛି। ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସଙ୍କ ଆଦେଶ ପ୍ରକାରେ ଜିଲ୍ଲା ପ୍ରଶାସନ ତରଫରୁ ପୂର୍ବତନ ଅତିରିକ୍ତ ଜିଲ୍ଲାପାଳ ଉମାକାନ୍ତ ରାଜ ରାଷ୍ଟ୍ରପତିଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି।

ଭୂମି ସଂସ୍କାର ନିମନ୍ତେ ଜାତୀୟ ସୂଚନା ବିଜ୍ଞାନ କେନ୍ଦ୍ର ସହଯୋଗରେ ଜିଲ୍ଳାରେ ନିଆଯାଇଥିବା ତ୍ୱରିତ ଓ ସଫଳ କାର୍ୟ୍ୟକ୍ରମ ପାଇଁ ଜମି ପଟ୍ଟାର କମ୍ପୁଟରୀକରଣ, ଜମି ରେଜିଷ୍ଟ୍ରେସନ କାର୍ୟ୍ୟକ୍ରମର ସରଳୀକରଣ ଓ ସ୍ଵଚ୍ଛତା ଅନୁପାଳନ, ଆଧୁନିକ ରେକର୍ଡ଼ ରୁମ ପରିଚାଳନା ଓ ଜମି ଜମା କାଗଜ ପତ୍ରର ସ୍କାନିଂ ଏବଂ କମ୍ପୁଟରୀକରଣ, ତହସିଲ ଓ ରେଜିଷ୍ଟ୍ରେସନ କାର୍ୟ୍ୟଳୟ ମଧ୍ୟରେ ସଂଯୋଜନା ପ୍ରଭୃତି କ୍ଷେତ୍ରରେ ସମ୍ବଲପୁର ଜିଲ୍ଲାର ୯ଟି ତହସିଲରେ ଆଶାନୁରୂପକ ଉନ୍ନତି ପ୍ରଦର୍ଶନ ସହ ସଫଳତା ହାସଲ କରିଥିବା ହେତୁ ଭାରତ ସରକାରଙ୍କ ତରଫରୁ ଏହି ସମ୍ମାନ ଭାରତର ମହାମହିମ ରାଷ୍ଟ୍ରପତି ଦ୍ୱାରା ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ପରିସରରେ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ପ୍ରଦାନ କରାଯାଇଛି। ଏହି ଅବସରରେ ସମ୍ବଲପୁର ଜିଲ୍ଲାର ପୂର୍ବତନ ଅତିରିକ୍ତ ଜିଲ୍ଲାପାଳ ଉମାକାନ୍ତ ରାଜ ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ। ଏହାସହ କୁଚିଣ୍ଡା ଉପଜିଲ୍ଲାପାଳ ବିଭୂତି ଭୂଷଣ ନାୟକ, ଯୁଯୁମୁରା ତହସିଲଦାର ଅଭିଷେକ ସାହୁ ଉପସ୍ଥିତ ଥିଲେ। ସୂଚନା ଯେ, ରାଜ୍ୟର ମୋଟ ୧୯ ଟି ଜିଲ୍ଲା ଭୂମି ସମ୍ମାନ ପ୍ଲାଟିନମ ସାର୍ଟିଫିକେଟ ମହାମହିମ ରାଷ୍ଟ୍ରପତିଙ୍କ ଠାରୁ ଗ୍ରହଣ କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories