www.samajalive.in
Saturday, December 13, 2025
17.1 C
Bhubaneswar

କେନ୍ଦ୍ରଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ଜିଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ମାରକପତ୍ର ପ୍ରଦାନ

ଫୁଲବାଣୀ: କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ତିନିଦିନିଆ କନ୍ଧମାଳ ଗସ୍ତରେ ଆସିଥିବା ବେଳେ ଜିଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଫୁଲବାଣୀ ସର୍କିଟ ହାଉସଠାରେ ମନ୍ତ୍ରୀଙ୍କୁ ସାକ୍ଷାତ କରି ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ତିନୋଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଦଳୀୟ କର୍ମୀମାନଙ୍କ ସହ ଆଲୋଚନା କରିବାକୁ କନ୍ଧମାଳ ଗସ୍ତରେ ଆସିଛନ୍ତି। ଏହି ଅବସରରେ ଜିଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଜିଲାର ସମସ୍ୟା ସମ୍ପର୍କରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରାଯାଇଥିଲା। କନ୍ଧମାଳକୁ ବ୍ରହ୍ମପୁର ସମ୍ବଲପୁର ରେଳ ସଂଯୋଗ, ଫୁଲବାଣୀ ସହରକୁ ମେଗା ଜଳ ପ୍ରକଳ୍ପ ସଂଯୋଗ, ବରିଷ୍ଠ ନାଗରିକଙ୍କୁ ରେଳ ପାଶ ପ୍ରଦାନ, ଜିଲାରେ ରୋହିଙ୍ଗିଆମାନଙ୍କୁ ଚିହ୍ନଟ ଓ ତାର ପ୍ରତିକାର, ବରିଷ୍ଠ ନାଗରିକଙ୍କ ଅବସରର ବିନୋଦନ କେନ୍ଦ୍ର ନିମନ୍ତେ ସ୍ୱତନ୍ତ୍ର ଅନୁଦାନ, ପର୍ଯ୍ୟର୍ଟକଙ୍କୁ ଆକୃଷ୍ଟ କରିବାକୁ ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ବିକାଶ ପାଇଁ ସ୍ୱତନ୍ତ୍ର ଅନୁଦାନ, ଏକ କେନ୍ଦ୍ରୀୟ ବୈଷୟିକ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ଓ କେନ୍ଦ୍ରୀୟ ଅନୁଦାନରେ ନଦୀପଠା ଉନ୍ନୟନ ଓ ନଦୀଗୁଡିକରେ କ୍ରମାନ୍ୱୟରେ ବ୍ୟାରେଜ ନିର୍ମାଣ ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନେବାକୁ ମାନ୍ୟବର ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରି ସ୍ମାରକପତ୍ର ପ୍ରଦାନ କରାଯାଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories