www.samajalive.in
Wednesday, December 10, 2025
26.1 C
Bhubaneswar

୪୮ ଘଣ୍ଟାରେ ଲଘୁଚାପ, ୨୨ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳରେ ସମୁଦ୍ର ପତ୍ତନରୁ ୭.୬କି.ମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ୪୮ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ବୁଧବାର ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୦ରୁ ୨୨ତାରିଖ ମଧ୍ୟରେ ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେଉଥିବାରୁ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସହ ବନ୍ୟା ପରିସ୍ଥିତି ଉପୁଜିପାରେ। ଏଥିପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ପରବର୍ତ୍ତୀ ସମ୍ବାଦ ପଢିବା ପାଇଁ ଏହି ଲିଙ୍କ କ୍ଲିକ କରନ୍ତୁ https://samajalive.in/seema-haider-issue/482888.html

- Advertisement -

ମୌସୁମୀ ନିମ୍ନଚାପରେଖା ଓଡ଼ିଶାର ଚାନ୍ଦବାଲି ମଧ୍ୟଦେଇ ଦକ୍ଷିଣ-ପୂର୍ବ ଦିଗରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଏଥିସହ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଢେଙ୍କାନାଳ ଏବଂ ଅନୁଗୋଳର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣରେ ବର୍ଷା ଜାରି ରହିଥିବାରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳର ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଥିବା ବେଳେ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେତୁ ଅକସ୍ମାତ ବନ୍ୟା ପରିସ୍ଥିତି ଉପୁଜିପାରେ। ତଳୁଆ ଅଞ୍ଚଳରେ ବର୍ଷାପାଣି ଜମିବା ସହ ସହର ଅଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍‌ ଆୟୁକ୍ତ(ଏସଆରସି)ସତ୍ୟବ୍ରତ ସାହୁ ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି। ସକ୍ରିୟ ମୌସୁମୀ ପ୍ରବାହ ତଥା ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ତଥା ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଝଡ଼ପବନ ତଥା ଝଟକା ପବନର ଘଣ୍ଟାପ୍ରତି ବେଗ ୪୦ରୁ ୫୦କି.ମି ସମ୍ଭାବନା ହେତୁ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀ ୨୦ରୁ ୨୨ ପର୍ଯ୍ୟନ୍ତ ସମୁଦ୍ର ନ ଯିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଘୂର୍ଣ୍ଣିବଳୟ ପ୍ରଭାବରେ ୨୦ବେଳକୁ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ତିନି କିଲୋମିଟର ଉଚ୍ଚତାରେ ଦକ୍ଷିଣ ଆଡକୁ ଢ଼ଳି ରହିବା ଯୋଗୁଁ ଦକ୍ଷିଣରେ ବର୍ଷା ଅଧିକ ରହିବ। ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ପୂର୍ବ ମହାରାଷ୍ଟ୍ରରେ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଓଡ଼ିଶାରେ ବର୍ଷା ପରିମାଣ କମ୍‌ ରହିବ ବୋଲି ସିପିସି ମଡେଲରୁ ଜଣାପଡିଛି।

Hot this week

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

Related Articles

Popular Categories