www.samajalive.in
Monday, December 8, 2025
13.1 C
Bhubaneswar

ଆସନ୍ତାକାଲିଠାରୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ  : ସଂସଦର ମୌସୁମୀ ଅଧିବେଶନ ଆସନ୍ତାକାଲିଠାରୁ ଆରମ୍ଭ ହେଉଛି । ୨୩ ଦିନିଆ ମୌସୁମୀ ଅଧିବେଶନରେ ୧୭ଟି ବୈଠକ ବସିବ। ଏହି ଅଧିବେଶନ କାଳରେ ୨୧ଟି ନୂତନ ବିଧେୟକ ସମେତ ସିନେମାଟୋଗ୍ରାଫ୍‌‌ ସଂଶୋଧନ ବିଲ୍‌‌, ଜୈବ ବିବିଧତା ସଂଶୋଧନ ବିଲ୍‌‌, ବ୍ୟକ୍ତିଗତ ଡିଜିଟାଲ୍‌‌ ତଥ୍ୟ ସୁରକ୍ଷା ବିଲ୍‌‌, ଜଙ୍ଗଲ ସଂରକ୍ଷଣ ସଂଶୋଧନ ବିଲ୍‌‌, ଜାତୀୟ ତଦନ୍ତ କମିଶନ ବିଲ୍‌‌, ଜାତୀୟ ନର୍ସିଙ୍ଗ୍‌‌ ଓ ସେବିକା କମିଶନ ବିଲ୍‌‌ ଏବଂ ବହୁମୁଖୀ-ରାଜ୍ୟ ସମବାୟ ସମିତି ସଂଶୋଧନ ବିଲ୍‌‌ ୨୦୨୨ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଧେୟକ ଉପରେ ଆଲୋଚନା ହେବ। ମୌସୁମୀ ଅଧିବେଶନ ଅଗଷ୍ଟ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ ।

ମୌସୁମୀ ଅଧିବେଶନ ଅଧିବେଶନର ଅବ୍ୟବହିତ ପୂର୍ବରୁ ସରକାର ଆଜି ଅପରାହ୍ନରେ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି । ଲୋକସଭା ଓ ରାଜ୍ୟସଭାର କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ସଂପନ୍ନ କରିବା ଉଦ୍ଦେଶ୍ୟରେ ଏହି ବୈଠକ ଡକାଯାଇଛି । ଆଜି ମଧ୍ୟ ଲୋକସଭାର କାର୍ଯ୍ୟକ୍ରମ ଉପଦେଷ୍ଟା କମିଟିର ଏକ ବୈଠକ ବସିବ।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories