www.samajalive.in
Sunday, December 7, 2025
13.1 C
Bhubaneswar

ଲଗାଣ ବର୍ଷାରେ ଘର କାନ୍ଥ ଭୁଶୁଡିଲା

କଲ୍ୟାଣସିଂହପୁର : ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଥିବା କଦମ ଦ୍ୱାରସାହିର ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଏହି ବର୍ଷାରେ ଲଚ୍ଛମା କରକରିଆ ଓ ବାଳମୁଣ୍ଡି ଭତ୍ରା ଦୁଇ ଭଉଣୀଙ୍କ ଘରର ମାଟି କାନ୍ଥ ଭୁଶୁଡି ପଡ଼ିଥିବା ଜଣାପଡ଼ିଛି । ଏମାନେ ଗରିବ ଶ୍ରେଣୀର ହୋଇଥିବାରୁ କେଉଁଠି ରହିବେ କ’ଣ କରିବେ ତାକୁ ନେଇ ଚିନ୍ତାରେ ସାହି ବାସିନ୍ଦା। ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ବ୍ଲକ ପ୍ରଶାସନ କିମ୍ବା ରାଜସ୍ୱ ଅଧିକାରୀ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି ନଥିବା ଜଣାପଡିଛି । ଏହି ପରିବାର ଗରିବ ଶ୍ରେଣୀର ହୋଇଥିବାରୁ ପ୍ରଶାସନ ସାହାଯ୍ୟ ସହଯୋଗ କରିବାକୁ ଗ୍ରାମବାସୀ ନିବେଦନ କରିଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories