www.samajalive.in
Sunday, December 14, 2025
23.1 C
Bhubaneswar

ମାର୍ଚ୍ଚ ୩୧ରୁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆସନ୍ତା କାଲିରୁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ହେବ । ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଓଡିଶାର ବିଭିନ୍ନ ସ୍ଥାନରେ ଆଜି ଏବଂ ଆସନ୍ତା କାଲି ତାପମାତ୍ରା ୨ରୁ ୩ ଡିଗ୍ରୀ କମ୍ ହୋଇପାରେ । ଏପ୍ରିଲ ୬ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ନ ଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
କାଳବୈଶାଖୀ ପ୍ରଭାବରେ ଖୋର୍ଦ୍ଧା, ନୟାଗଡ଼, ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଯାଜପୁରର ଗୋଟିଏ ବା ଦୁଇଟି ସ୍ଥାନରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବୋହିବାର ଆଶଙ୍କା କରାଯାଉଛି । ସେହିଭଳି ଏପ୍ରିଲ ୩ରୁ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ହୋଇପାରେ ବୋଲି ପାଣିପାଗ କାର୍ୟ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗତକାଲି ରାୟଗଡା ଗୁଣୁପୁରରେ କାଳବୈଶାଖୀ ବର୍ଷା ହୋଇଥିଲା ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories