www.samajalive.in
Monday, December 8, 2025
27.1 C
Bhubaneswar

ପୁଣି ଟମାଟୋ ଦର ହ୍ରାସ କଲେ କେନ୍ଦ୍ର ସରକାର ; କେଜି ପ୍ରତି ୭୦ ଟଙ୍କା

ନୂଆଦିଲ୍ଲୀ : ଭାରତ ସରକାରଙ୍କ ଉପଭୋକ୍ତା ବ୍ୟାପାର ବିଭାଗ, ଗୁରୁବାର(ଆସନ୍ତାକାଲି)ଠାରୁ କେଜି ପ୍ରତି ୭୦ ଟଙ୍କାର ଖୁଚୁରା ଦରରେ ଟମାଟୋ ବିକ୍ରି କରିବା ଲାଗି ଏନସିସିଏଫ ଏବଂ ନାଫେଡକୁ ନିର୍ଦ୍ଦେଶ ଦେଇଛନ୍ତି। ଟମାଟୋର ପାଇକାରୀ ମୂଲ୍ୟ ହ୍ରାସକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ଏନସିସିଏଫ ଏବଂ ନାଫେଡ ଦ୍ୱାରା କିଣା ଯାଇଥିବା ଟମାଟୋକୁ ଗତ ୧୬ ତାରିଖ ଠାରୁ କେଜି ପ୍ରତି ୯୦ ଟଙ୍କା ଏବଂ ୮୦ ଟଙ୍କାରେ ଯୋଗାଇ ଦିଆଯାଇଥିଲା । ବର୍ତ୍ତମାନ କେଜି ପ୍ରତି ୭୦ ଟଙ୍କାରେ ଟମାଟୋ ବିକ୍ରି କରାଯିବା ଦ୍ୱାରା ଉପଭୋକ୍ତାମାନେ ବିଶେଷ ଲାଭବାନ ହୋଇ ପାରିବେ।

ସୂଚନାଯୋଗ୍ୟ ଯେ, ଗତ ୧ ମାସ ହେବ ଦେଶର ବିଭିନ୍ନ ସ୍ଥାନରେ ଟମାଟୋର ଖୁଚୁରା ମୂଲ୍ୟ ବୃଦ୍ଧି ପାଇଥିଲା । ଦର ବୃଦ୍ଧି ଉପରେ ଅଙ୍କୁଶ ଲଗାଇବା ପାଇଁ ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର ଏବଂ କର୍ଣ୍ଣାଟକର ବିଭିନ୍ନ ମଣ୍ଡିରୁ ଟମାଟୋ କିଣି ବିଭିନ୍ନ ସ୍ଥାନରେ ବିକ୍ରି କରିବା ଲାଗି ଉପଭୋକ୍ତା ବ୍ୟାପାର ବିଭାଗ ପକ୍ଷରୁ ନାଫେଡ ଏବଂ ଏନ୍‌ସିସିଏଫକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଦୁଇ ସଂସ୍ଥା ବୁଧବାର ସୁଦ୍ଧା ୩୯୧ ମେଟ୍ରିକ ଟନ ଟମାଟୋ କିଣି ଶସ୍ତା ଦରରେ ଉପଭୋକ୍ତାଙ୍କୁ ଯୋଗାଇ ଦେଇଛନ୍ତି । ଦିଲ୍ଲୀ-ଏନସିଆର, ରାଜସ୍ଥାନ, ଉତ୍ତର ପ୍ରଦେଶ ଏବଂ ବିହାରର ପ୍ରମୁଖ ଉପଯୋଗ କେନ୍ଦ୍ରରେ ଖୁଚୁରା ଉପଭୋକ୍ତାଙ୍କୁ ଏହି ଦୁଇ ସଂସ୍ଥା ଦ୍ୱାରା ଟମାଟୋ ବିକ୍ରି କରାଯାଉଛି ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories