www.samajalive.in
Thursday, December 11, 2025
23.1 C
Bhubaneswar

ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ସହାୟତା

ରେଙ୍ଗାଲି: ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ବ୍ଲକ ନୁଆଁଖିଣ୍ଡା ଗ୍ରାମର ସରୋଜ ରବନା କର୍କଟ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନଥିବାରୁ ଉପଯୁକ୍ତ ଚିକିତ୍ସା କରିବା ସମ୍ଭବ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ନୁଆଁଖିଣ୍ଡା ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ସନ୍ଧ୍ୟାରାଣୀ ପଧାନ ଗ୍ରାମବାସୀଙ୍କ ଉପସ୍ଥିତିରେ ସରୋଜ ରବନାଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମଞ୍ଜୁର ହୋଇଥିବା ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି।

ସେହିପରି ତବଲାର କଳ୍ପନା ଧରୁଆ ତାଙ୍କ ସ୍ୱାମୀ ଦୀକ୍ଷିତ ଧରୁଆଙ୍କ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩୦ ହଜାର ଟଙ୍କା ମଞ୍ଜୁର ହୋଇଛି। ଜିଲ୍ଲାପାଳ ଅନନ୍ୟା ଦାସଙ୍କ ନିର୍ଦ୍ଦେଶ କ୍ରମେ ସଦର ଉପଜିଲ୍ଲାପାଳ ପ୍ରଭାସ ଦଣ୍ଡସେନା ହିତାଧିକାରୀଙ୍କ ଗ୍ରାମକୁ ଯାଇ ଚେକ୍ ପ୍ରଦାନ କରିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

Related Articles

Popular Categories