www.samajalive.in
Sunday, December 7, 2025
23.1 C
Bhubaneswar

ମଣିପୁର ଘଟଣା : କେନ୍ଦ୍ର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ଭୋପାଳ : ମଣିପୁରର ୨ ମହିଳାଙ୍କୁ ରାସ୍ତାରେ ଟଣାଓଟରା କରି ନେବା ଘଟଣାର ଭିଡିଓ ପ୍ରଘଟ ଘଟଣାରେ କେନ୍ଦ୍ର ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟ କହିଛନ୍ତି ଯେ, ଏହି ଘଟଣା ସମଗ୍ର ମାନବ ଜାତି ପାଇଁ ଅପମାନ । ଏହା ସମ୍ବିଧାନର ଘୋର ଉଲ୍ଲଘଂନ । କେନ୍ଦ୍ର ସରକାର ଏହି ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ସୁପ୍ରିମକୋର୍ଟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି ପ୍ରଧାନ ବିଚାରପତି ଡି. ୱାଇ ଚନ୍ଦ୍ରଚୂଡ଼ । କେନ୍ଦ୍ର ସରକାର ଏପରି ଲଜ୍ଜାଜନକ ଘଟଣାରେ ତୁରନ୍ତ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ସୁପ୍ରିମକୋର୍ଟ ନିଜ ଆଡ଼ୁ ଏହି ମାମଲାର ଶୁଣାଣି କରିବେ ବୋଲି ସେ ସ୍ପଷ୍ଟ କରିଛନ୍ତି। ଏଥିସହ ଆସନ୍ତା ୨୮ ତାରିଖରେ ସୁପ୍ରିମକୋର୍ଟ ଏହାର ଶୁଣାଣି କରିବେ ବୋଲି ସେ ସ୍ପଷ୍ଟ କରିଛନ୍ତି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଆଜି ସକାଳେ ଗିରଫ କରାଯାଇଥିବା ବେଳେ ଅନ୍ୟ ଅଭିଯୁକ୍ତଙ୍କୁ ଖୁବ୍‌ ଶୀଘ୍ର ଗିରଫ କରାଯିବ ବୋଲି କହିଛନ୍ତି ମଣିପୁର ମୁଖ୍ୟମନ୍ତ୍ରୀ ବୀରେନ ସିଂ।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories