www.samajalive.in
Monday, December 8, 2025
27.1 C
Bhubaneswar

ଖଡଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୧୨୬ କୋଟି ଟଙ୍କା

ଭୁବନେଶ୍ୱର: ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ। ଏହି ପ୍ରକଳ୍ପ ଦ୍ବାରା ତିନୋଟି ଜିଲ୍ଲା – ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଳକ, କନ୍ଧମାଳ ଜିଲ୍ଲାର ବାଲିଗୁଡା ବ୍ଳକ ଓ ବଲାଙ୍ଗୀର ଜିଲ୍ଲାର ଗୁଡଭେଲା ବ୍ଳକର ପ୍ରାୟ ୨୦ ହଜାରରୁ ଅଧିକ ଲୋକ ଉପକୃତ ହେବେ।

ଏହି ଯୋଜନାରେ ବାଲିଗୁଡା ବ୍ଳକର ଲଡଗାଁ ଗ୍ରାମ ନିକଟରେ ପ୍ରାୟ ୧୨୬ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ କାର୍ଯ୍ୟ କରାଯିବ। କୌଣସି ବିସ୍ଥାପନ ବିନା ଏହି ପ୍ରକଳ୍ପ ନିର୍ମାଣ କରାଯିବ ଓ ଏହା ନଦୀଗର୍ଭ ଜଳ ସଂରକ୍ଷଣ କରିବା ସହିତ ଖରାଦିନେ ଏହି ଅଞ୍ଚଳର ପାନୀୟ ଜଳର ଆବଶ୍ୟକତା ପୂରଣ, ମାଛ ଚାଷ ଓ ଭୂତଳ ଜଳସ୍ତର ବୃଦ୍ଧିରେ ମଧ୍ୟ ବିଶେଷ ସହାୟକ ହେବ।

- Advertisement -

ସୂଚନାଯୋଗ୍ୟ ଯେ ଚଳିତ ମାସ ୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ.ପାଣ୍ଡିଆନ ବୌଦ୍ଧ ଜିଲା ଗସ୍ତ ସମୟରେ ସ୍ଥାନୀୟ ଜନସାଧାରଣ ଖଡଗ ନଦୀରେ ଏକ ବ୍ୟାରେଜ ନର୍ମାଣ ପାଇଁ ଦାବୀ ପତ୍ର ଦେଇଥିଲେ। ଏ ସଂପର୍କରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ଜନସାଧାରଣଙ୍କ ଦାବୀ ସଂପର୍କରେ ଅବଗତ କରାଇଥିଲେ ଏବଂ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ଅନୁରୋଧକୁ ଗ୍ରହଣ କରିଥିଲେ।

Hot this week

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

Related Articles

Popular Categories