www.samajalive.in
Sunday, December 14, 2025
17.1 C
Bhubaneswar

ଦିବ୍ୟାଙ୍ଗଙ୍କ ଅଭିଭାବକ ଓ ଶିକ୍ଷକଙ୍କ ତାଲିମ

ଆଠଗଡ଼: ଆଠଗଡ଼ ବିଶ୍ୱନାଥ ଆଦର୍ଶ ପ୍ରାଥମିିକ ବିଦ୍ୟାଳୟ ପରିସରରେ ଗୁରୁବାର ଦିବ୍ୟାଙ୍କ ଛାତ୍ରଛାତ୍ରୀମାନଙ୍କ ଅଭିଭାବକ ଓ ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ପାଇଁ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଶିକ୍ଷାଧିକାରୀ ବିଜୟଲକ୍ଷ୍ମୀ ସାମଲଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ତାଲିମ ଶିବିରକୁ ସଂଯୋଜନା କରି ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ(ବିଆରସିସି) ନବକିଶୋର ସାହୁ ପ୍ରତ୍ୟେକ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କୁ ଶିକ୍ଷକ ଓ ଶିକ୍ଷୟିତ୍ରୀ ସ୍ୱତନ୍ତ୍ର ଧ୍ୟାନ ଦେଇ ଶିକ୍ଷାଦାନ କରିବା ଲାଗି ପରାମର୍ଶ ଦେଇଥିଲେ। ବିଶ୍ୱନାଥ ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭୁବନରଞ୍ଜନ ଦାସ ଓ ସିଆରସିସି ରଞ୍ଜିତ ମହାନ୍ତି ଦିବ୍ୟାଙ୍କ ଛାତ୍ରଛାତ୍ରୀମାନଙ୍କ ପ୍ରତି ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଭିଭାବକଙ୍କର ଦାୟିତ୍ୱ ଏବଂ କର୍ତ୍ତବ୍ୟ ସଂପର୍କରେ ଆଲୋକପାତ କରିଥିଲେ। ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ ବିସ୍ମିତା ମହାନ୍ତି ଓ ମମତା ମହାନ୍ତି ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ପାଇଁ ପ୍ରସ୍ତୁତ ସଞ୍ଚାର ପ୍ରଶିକ୍ଷଣ ଶୈଳୀ ଉପରେ ବିସ୍ତୃତ ଭାବରେ ବୁଝାଇଥିଲେ। କନ୍ତୋଲ ନୋଡାଲ ବିଦ୍ୟାଳୟ, ସତ୍ୟବାଦି ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଧାଇପୁର ଉଚ୍ଚ ବିଦ୍ୟାଳୟ ଆଦି ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନ ୫୦ରୁ ଅଧିକ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଭିଭାବକ ଏହି ତାଲିମ ଶିବିରରେ ଯୋଗଦାନ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories