www.samajalive.in
Monday, December 15, 2025
17.1 C
Bhubaneswar

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ, ‘ମିଶନ ଶକ୍ତି ସ୍କୁଟର ଯୋଜନା’ ସମେତ ମୋଟ ୧୭ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‍ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ କ୍ୟାବିନେଟ୍‌ର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ମିସନ ଶକ୍ତି ସ୍କୁଟର ଯୋଜନା’ ସମେତ କୃଷି, ସ୍ୱାସ୍ଥ୍ୟ, ବିଦ୍ୟାଳୟ ଓ ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ‌ମୋଟ୍‌ ୧୭ପ୍ରସ୍ତାବ ଉପରେ ମୋହର ଲାଗିଛି। ସେହପରି କର୍କଟ ରୋଗୀଙ୍କ ପାଇଁ ରାଜ୍ୟ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି। ଫଳରେ ଓଡ଼ିଶା କମ୍ପ୍ରିହେନସିଭ କ୍ୟାନସର ପ୍ଲାନକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ ମିଳିଛି । ଚାଷୀ ମାନଙ୍କ ଆର୍ଥିକ ବିକାଶ ପାଇଁ ୫ ପ୍ରତିଶତ ସୁଧରେ ସମବାୟ ବ୍ୟାଙ୍କ ଓ ପ୍ରାଥମିକ ସମବାୟ ସମିତିରୁ ଫସଲ ଋଣ ନେଉଥିବା ଚାଷୀଙ୍କ ଋଣ ଉପରେ ସୁଧ ଛାଡ କରାଯାଇଛି। ଚଳିତ ଆର୍ଥିକ ବର୍ଷରୁ ଆଗାମୀ ପାଞ୍ଚ ବର୍ଷ ପାଇଁ ଏହି ସୁଧ ଛାଡ ବ୍ୟବସ୍ଥା ଲାଗୁ ହେବ ବୋଲି କୁହାଯାଇଛି।

ସେହିପରି ରାଜ୍ୟ ସରକାର ଓଡ଼ିଶା ରାଜ୍ୟ ସମବାୟ ବିପ୍ପଣନ ସଂଘ ପାଇଁ ସ୍ବତନ୍ତ୍ର କର୍ପସ ପାଣ୍ଠି ଗଠନ କରିଛନ୍ତି।
ବନ ସୁରକ୍ଷା ସମିତି କୋଠା ନିର୍ମାଣ ପାଇଁ ସରକାର ନୂଆ ଯୋଜନା ପ୍ରସ୍ତୁତ କରିଥିବାବେଳେ ପ୍ରତି ଜିଲାରେ କୋଠା ନିର୍ମାଣ କାର୍ଯ୍ୟକୁ ତ୍ବରାନ୍ବିତ କରାଯିବ। ସରକାରୀ ଉଦ୍ୟୋଗ, କମ୍ପାନୀ, ଘରୋଇ ଶିଳ୍ପ ଓ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ବାକି ପଡିଥିବା ଜଳକର ଏଣିକି ଏକକ ଭାବେ ପରିଶୋଧ କରିହେବ। ଏଥିପାଇଁ ଜଳସଂପଦ ବିଭାଗର ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି। ରାଜ୍ୟରେ ସେମିକଣ୍ଡକ୍ଚର ଓ ଇଲେକଟ୍ରୋନିକ୍ସ ଚିପ ନିର୍ମାଣ ପାଇଁ ନୂଆ ନୀତି ପ୍ରଣୟନ କରାଯାଇଛି। ଯେଉଁମାନେ ଏହି କମ୍ପାନୀ ଶିଳ୍ପ ପ୍ରତିଷ୍ଠା କରିବେ ସେମାନଙ୍କୁ ନୂଆ ନୀତି ଆଧାରରେ ପ୍ରୋତ୍ସାହନ ଦିଆଯିବ ବୋଲି ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories