www.samajalive.in
Monday, December 15, 2025
16.1 C
Bhubaneswar

ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ

ବୌଦ୍ଧ :  ଜଙ୍ଗଲ ଓ ପରିବେଶ, ପଂଚାୟତ ରାଜ,ପାନୀୟ ଜଳ, ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଶୁକ୍ରବାର ହରଭଙ୍ଗା ବ୍ଲକର ବୀରନରସିଂହପୁର ଗ୍ରାମରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ୩୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା କଲ୍ୟାଣ ମଣ୍ଡପ, ୫ ଲକ୍ଷ ଟଙ୍କା ବ୍ୟୟରେ ଶିବ ମନ୍ଦିର ଓ ମାଉସୀ ମା’ ମନ୍ଦିର ନିକଟରେ ଗୋଷ୍ଠୀ କେନ୍ଦ୍ର ଏବଂ ମିଶନ ଶକ୍ତି କେନ୍ଦ୍ରର ମନ୍ତ୍ରୀ ଶ୍ରୀ ଅମାତ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ଅନୁଷ୍ଠିତ ସଭାରେ ସେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସରକାରଙ୍କ ଜନ କଲ୍ୟାଣ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ। ଗ୍ରାମ କମିଟିର ସଭାପତି ବୁଦ୍ଧି ସାଗର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅନ୍ୟତମ ଅତିଥି ଭାବରେ ପୂର୍ବତନ ଗ୍ରାମ କମିଟି ସଭାପତି ଜୟ କିଶୋର ମିଶ୍ର, ବରିଷ୍ଠ ସାମ୍ବଦିକ ନରେନ୍ଦ୍ର ସାହୁ, ମୃତ୍ୟୁଂଜୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ପଂଚାନନ ମହାକୁଡ,ସଂଜୟ ସାହୁ, ଜଟେଶ୍ୱର ମହାଲିକ, ଚିତରଂଜନ ମିଶ୍ର ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories