www.samajalive.in
Tuesday, December 9, 2025
16.1 C
Bhubaneswar

ନବୀନ ଦ୍ୱିତୀୟ ଦୀର୍ଘତମ ଅବଧି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ କ୍ୟାରିୟରରେ ଯୋଡ଼ିହେଲା ଆଉଏକ ସଫଳତା। ପଶ୍ଚିମବଙ୍ଗର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗି ଦେଶର ଦ୍ୱିତୀୟ ଦୀର୍ଘତମ ଅବଧି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ। ଜ୍ୟୋତି ବସୁ ୨୩ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ରହିଥିଲେ। ଶନିବାର ନବୀନ ଏହି ଅବଧି ପୂରଣ କରିଛନ୍ତି। ଅନ୍ୟପକ୍ଷରେ ଏବେବି ପ୍ରଥମ ସ୍ଥାନରେ ସିକ୍କିମର ତତ୍କାଳୀନ ମୁଖ୍ୟମନ୍ତ୍ରୀ ପୱନ୍ କୁମାର ଚାମଲିଙ୍ଗ ରହିଛନ୍ତି । ତାଙ୍କର ମୁଖ୍ୟମନ୍ତ୍ରିତ୍ବ ଅବଧି ରହିଛି ୨୪ ବର୍ଷ ୧୬୬ ଦିନ ।

୧୯୯୭ରେ ନବୀନ ରାଜନୀତିରେ ପାଦ ଥାପିଥିଲେ। ୨୦୦୦ ମାର୍ଚ୍ଚ ୫ରେ ସେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ। ସେବେଠୁ କ୍ରମାଗତ ୫ଥର ଓଡ଼ିଶାବାସୀ ତାଙ୍କୁ ମୁଖ୍ୟମନ୍ତ୍ରୀ ଆସନରେ ବସାଇଛନ୍ତି। ତାଙ୍କ ନେତୃତ୍ବାଧୀନ ବିଜୁ ଜନତା ଦଳ ଏପର୍ଯ୍ୟନ୍ତ ପରାଜୟର ସ୍ବାଦ ଚାଖିନି। ୨୩ବର୍ଷ ଧରି ନବୀନ ପଟ୍ଟନାୟକ ଓଡ଼ିଶାର ଅର୍ଥନୀତି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଖାଦ୍ୟ ନିରାପତ୍ତା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିଛନ୍ତି। ସେହିପରି ଶିଳ୍ପାୟନରେ ଓଡ଼ିଶାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ବିଦେଶ ପୁଞ୍ଜିନିବେଶରେ ଓଡ଼ିଶା ଦେଶରେ ଦ୍ବିତୀୟ ସ୍ଥାନ ହାସଲ କରିଛି।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories