www.samajalive.in
Monday, December 8, 2025
20.1 C
Bhubaneswar

ରୋଜଗାର ମେଳାରେ ଆଜି ୭୦ହଜାରରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ନବ ନିଯୁକ୍ତ ମାନଙ୍କୁ ୭୦,୦୦୦ ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନବନିଯୁକ୍ତଙ୍କୁ ସମ୍ବୋଧିତ କରିବେ ।

ଦେଶର ୪୪ ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ । ଏହି ନିଯୁକ୍ତି କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର,କେନ୍ଦ୍ରଶାସିତ ଅଞ୍ଚଳ ଗୁଡ଼ିକରେ ଦିଆଯାଉଛି । ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ ନିଯୁକ୍ତିରେ ରାଜସ୍ୱ ବିଭାଗ, ଆର୍ଥିକ ସେବା ବିଭାଗ, ଡାକ ବିଭାଗ, ବିଦ୍ୟାଳୟ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, କେନ୍ଦ୍ରୀୟ ରାଷ୍ଟ୍ରାୟତ ଉଦ୍ୟୋଗ, ଜଳ ସମ୍ପଦ ବିଭାଗ, କାର୍ମିକ ଏବଂ ତାଲିମ ଏବଂ ଗୃହ ମନ୍ତ୍ରଣାଳୟ ସମେତ ବିଭିନ୍ନ ସରକାରୀ ମନ୍ତ୍ରଣାଳୟ- ବିଭାଗରେ ଯୋଗଦେବେ ।

- Advertisement -

ରୋଜଗାର ସୃଷ୍ଟି ଉପରେ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ । ରୋଜଗାର ମେଳା ଆଗାମୀ ନିଯୁକ୍ତି କ୍ଷେତ୍ରରେ ଏକ ସୁଯୋଗ ସୃଷ୍ଟିକାରୀ ଭାବରେ କାର୍ୟ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

ନୂତନ ଭାବେ ନିଯୁକ୍ତ ବ୍ୟକ୍ତିମାନେ ମଧ୍ୟ ଆଇଜିଓଟି କର୍ମଯୋଗୀ ପୋର୍ଟାଲରେ ଥିବା ଏକ ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନିଜକୁ ତାଲିମ ଦେବାର ସୁଯୋଗ ପାଇଛନ୍ତି, ଯେକୌଣସି ସ୍ଥାନରେ ଶିକ୍ଷଣ ଫର୍ମାଟ୍ ପାଇଁ ୫୮୦ ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories