www.samajalive.in
Friday, December 12, 2025
16.1 C
Bhubaneswar

୨୪ ଜଣ ଦିବ୍ୟାଙ୍ଗଙ୍କୁ ମୋଟର ଯାନ ପ୍ରଦାନ କଲେ ସାଂସଦ

ଫୁଲବାଣୀ: କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କ ଦ୍ଵାରା କନ୍ଧମାଳ ଜିଲ୍ଲାର ୧୨ଟି ବ୍ଲକର ୨୪ ଜଣ ଭିନ୍ନକ୍ଷମଙ୍କୁ କିସ ଏବଂ ଭାରତୀୟ କଣ୍ଟେନର ନିଗମ ଲିମିଟେଡ଼ ଆର୍ଥିକ ସହଯୋଗରେ ୩ ଚକିଆ ମୋଟର ଯାନ ବିତରଣ କରିଛନ୍ତି। ପୂର୍ବରୁ ଚିହ୍ନଟ କରାଯାଇଥିବା ଦିବ୍ୟାଙ୍ଗ ମହିଳା ଓ ପୁରୁଷଙ୍କୁ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଶ୍ରୀ ସାମନ୍ତ ୩ ଚକିଆ ଯାନ ବିତରଣ କରିଥିଲେ। ଏହି କାର୍ୟ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କନ୍ଧମାଳ ଜିଲ୍ଲା ପରିଷଦ ଅଧକ୍ଷା ନନ୍ଦିନୀ ମଲ୍ଲିକ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧକ୍ଷ ରୋଦନ ମଲ୍ଲିକ, ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, କନ୍ଧମାଳ ଜିଲ୍ଲପାଳ ଆଶିଷ ଈଶ୍ୱର ପାଟିଲ, ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ବିଜୟ ନାୟକ, କନ୍ଧମାଳ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସାଧବାଣୀ ନାୟକ, ସାମାଜିକ ସୁରକ୍ଷା ଅଧିକାରୀ ବଳରାମ ସେଠୀ ଓ ପୌର ପରିଷଦ କାର୍ୟ୍ୟ ନିର୍ବାହୀ ଅଧିକାରୀ ଅଜିତ୍‌‌ ପଟନାୟକ ପ୍ରମୁଖ ଯୋଗ ଦେଇଥିଲେ।କାର୍ଯ୍ୟକ୍ରମକୁ କିସ୍‌‌ର କର୍ମଚାରୀ ମାନେ ପରିଚାଳନା କରିଥିବା ବେଳେ ସାଂସଦ ପ୍ରତିନିଧି ଦେବେନ୍ଦ୍ର ସାମଲ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories