www.samajalive.in
Thursday, December 11, 2025
15.1 C
Bhubaneswar

‘ତୁରନ୍ତ ଶ୍ରୀମନ୍ଦିରର ଆଉ ଗୋଟିଏ ଦ୍ବାର ଖୋଲାଯାଉ, ନଚେତ୍‌..’

ପୁରୀ: ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପ୍ରସଙ୍ଗରେ ରବିବାର ଟ୍ବିଟ୍‌ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ତଥା ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ। ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ସିଂହଦ୍ୱାରକୁ ବାଦ ଦେଲେ ଅତି କମ୍‌ରେ ଆଉ ଗୋଟିଏ ଦ୍ୱାର ଖୋଲିବାକୁ ଟ୍ବିଟ୍‌ କରି ସେ ପ୍ରଶାସନକୁ ଅନୁରୋଧ କରିଛନ୍ତି। କୋଭିଡ଼୍‌ ସମୟରେ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରର ୩ଟି ଦ୍ବାର ବନ୍ଦ କରାଯାଇଥିଲା, ଯାହା ବର୍ତ୍ତମାନ ପର୍ଯ୍ୟନ୍ତ ମଧ୍ୟ ବନ୍ଦ ରହିଛି। ପୁରୀବାସୀଙ୍କ ଭାବାବେଗକୁ ଗୁରୁତ୍ବ ଦେଇ ତୁରନ୍ତ ଆଉ ଗୋଟିଏ ଦ୍ୱାର ଖୋଲିବାକୁ ସୁଦର୍ଶନ ଅନୁରୋଧ କରିଛନ୍ତି।


ଯଦି ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଅତି କମରେ ଗୋଟିଏ ଦ୍ୱାର ଖୋଲା ନଯାଏ, ତେବେ ଆସନ୍ତାକାଲିଠାରୁ ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ସମ୍ମୁଖରେ ବସି ଆରାଧନା କରିବେ ବୋଲି କହିଛନ୍ତି ସୁଦର୍ଶନ ପଟ୍ଟନାୟକ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories