www.samajalive.in
Saturday, December 13, 2025
26.1 C
Bhubaneswar

ବଟି ନ ଦେବାରୁ ଛୁରାମାଡ଼, ଜଣେ ଗୁରୁତର

ଲକ୍ଷ୍ମୀପୁର: କୋରାପୁଟ ଜିଲା ଲକ୍ଷ୍ମୀପୁର ରେଳବାଇ କଲୋନୀରେ ଜଣେ ବ୍ୟକ୍ତିଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଗୁରୁତର ଜଣଙ୍କ ଏକ କମ୍ପାନୀର ସୁପରଭାଇଜର ଆରପି ସିଂହ। ଦାଦା ବଟିକୁ ନେଇ ଏଭଳି ଘଟଣା ଘଟିଥିବା ଆଲୋଚନା ହେଉଛି। ଉକ୍ତ କର୍ମଚାରୀଙ୍କ ଶରୀରରେ ଛୁରା ଓ ଭଙ୍ଗା କାଚ ବୋତଲ ମାଡ଼ ହୋଇଥିବା କୁହାଯାଉଛି ।  ବେକ ପଛପଟରେ ମଧ୍ୟ ଗଭୀର ଆଘାତ ହୋଇଛି । ଗୁରୁତର ଅବସ୍ଥାରେ ଶ୍ରୀ ସିଂହଙ୍କୁ ପ୍ରଥମେ ଲକ୍ଷ୍ମୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଦିନ ଦ୍ବିପ୍ରହରରେ ରାସ୍ତା ଉପରେ ଏଭଳି ମରଣାନ୍ତକ ଆକ୍ରମଣର ଭିଡିଓ ଓ ଫଟୋ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଛି । ଲକ୍ଷ୍ମୀପୁର ଥାନାରେ ଲିଖିତ ଅଭିଯୋଗ ହେବା ପରେ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ଶ୍ବେତପଦ୍ମା ସେଠ୍ କହିଛନ୍ତି । ଏହି ଘଟଣାରେ ୪ଜଣ ଯୁବକ ସାମିଲ ଥିବା ସାଧାରଣରେ ଆଲୋଚନା ହେଉଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories