www.samajalive.in
Sunday, December 14, 2025
15.1 C
Bhubaneswar

ଜଷ୍ଟିସ ସୁନିତା ଅଗ୍ରୱାଲ ଦେଶର ଏକମାତ୍ର ମହିଳା ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ : ବିଚାରପତି ସୁନିତା ଅଗ୍ରୱାଲ ଗୁଜରାଟ ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଭାବେ ରବିବାର ଶପଥ ଗ୍ରହଣ କରିଛନ୍ତି। ଶପଥ ଗ୍ରହଣ ପରେ ସୁନିତା ଏବେ ଦେଶର ଏକମାତ୍ର ମହିଳା ମୁଖ୍ୟ ବିଚାରପତି ହୋଇଛନ୍ତି। ସୁନିତାଙ୍କ ପୂର୍ବରୁ ବିଚାରପତି ସୋନିଆ ଗୋକନି ଗୁଜରାଟ ଉଚ୍ଚ ନ୍ୟାୟାଳୟର ପ୍ରଥମ ମହିଳା ମୁଖ୍ୟ ବିଚାରପତି ହେବାର ଗୌରବ ଲାଭ କରିଥିଲେ। ୨୦୨୩ ଫେବୃଆରୀ ୨୫ରେ ସୋନିଆ ମୁଖ୍ୟ ବିଚାରପତି ପଦରୁ ଅବସର ଗ୍ରହଣ କରିଥିଲେ। ଏହା ପରଠାରୁ ବିଚାରପତି ଏ.ଜେ ଦେଶାଇ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ତୁଲାଉଥିଲେ। ୧୯୬୬ ଏପ୍ରିଲ ୩୦ରେ ଜନ୍ମ ଗ୍ରହଣ କରିଥିବା ବିଚାରପତି ସୁନିତା ଅଗ୍ରୱାଲ ଡକ୍ଟର ରାମ ମନୋହର ଲୋହିଆ ଅବଧ ବିଶ୍ବବିଦ୍ୟାଳୟରୁ ଆଇନରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ୧୯୯୦ରେ ସେ ଆହ୍ଲାବାଦ ଉଚ୍ଚ ନ୍ୟାୟାଳୟରେ ଆଇନ ବୃତ୍ତି ଆରମ୍ଭ କରିଥିଲେ। ୨୦୧୧ ନଭେମ୍ବର ୨୧ରେ ସେ ଆହ୍ଲାବାଦ ଉଚ୍ଚ ନ୍ୟାୟାଳୟରେ ଅତିରିକ୍ତ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୧୩ରେ ସେ ଏଠାରେ ସ୍ଥାୟୀ ବିଚାରପତି ହୋଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories