www.samajalive.in
Friday, December 12, 2025
15.1 C
Bhubaneswar

ଶିକ୍ଷାର ବିକାଶ ପାଇଁ ଉତ୍ସର୍ଗୀକୃତ ହୁଅନ୍ତୁ ଶିକ୍ଷା ସେବା ଅଧିକାରୀ

ଭୁବନେଶ୍ୱର: ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ନବନିଯୁକ୍ତ ଓଡିଶା ଶିକ୍ଷା ସେବା(ଓଇଏସ୍‌) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନିଯୁକ୍ତି ପାଇଥିବା ୧୬୦ଜଣ ଓଡିଶା ଶିକ୍ଷା ସେବା ଅଧିକାରୀଙ୍କୁ ଦୁଇଟି ପର୍ଯ୍ୟାୟରେ ତାଲିମ ଦିଆଯିବାର ବ୍ୟବସ୍ଥା କରାଯାଇଛି । ଭୁବନେଶ୍ୱରସ୍ଥିତ ମଧୁସୂଦନ ଦାସ ରିଜିଓନାଲ ଏକାଡେମି ଅଫ୍‌ ଫାଇନାନ୍ସିଆଲ୍‌ ମ୍ୟାନେଜମେଣ୍ଟ୍‌ଠାରେ ଆରମ୍ଭ ହୋଇଥିବା ଏହି ତାଲିମ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ୮୦ଜଣ ନବନିଯୁକ୍ତ ଅଧିକାରୀ ପ୍ରଶିକ୍ଷଣ ନେଉଛନ୍ତି । ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ଦ୍ୱାରା ଆୟୋଜିତ ଏହି ୧୬ଦିନିଆ କାର୍ଯ୍ୟକ୍ରମ ସୋମବାରଠାରୁ ଆରମ୍ଭ ହୋଇ ଆସନ୍ତା ଅଗଷ୍ଟ ୮ତାରିଖ ପର୍ଯ୍ୟନ୍ତ ଚାଲିବ । ଦ୍ୱିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆସନ୍ତା ଅଗଷ୍ଟ ୧୪ରୁ ୨୯ତାରିଖ ପର୍ଯ୍ୟନ୍ତ ଚାଲିବ।

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ନବନିଯୁକ୍ତ ଅଧିକାରୀମାନଙ୍କୁ ଶିକ୍ଷାର ବିକାଶ ପାଇଁ ଉତ୍ସର୍ଗୀକୃତ ହୋଇ କାମ କରିବାକୁ ପରାମର୍ଶ ଦେଇଥିଲେ। ସେ କହିଥିଲେ, ଶିକ୍ଷକ ହିଁ ବ୍ୟକ୍ତିକୁ ତାହାର ବ୍ୟକ୍ତିତ୍ୱ ସହ ପରିଚିତ କରାଇଥାଏ। ପ୍ରତ୍ୟେକଙ୍କ ଜୀବନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଶିକ୍ଷା କ୍ଷେତ୍ରର ପ୍ରଶାସନିକ ଯୋଗାଯୋଗକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଦିଗରେ ଶ୍ରୀ ମାର୍ଣ୍ଡି ଗୁରୁତ୍ୱ ଦେଇଥିଲେ। ଶିକ୍ଷା ଭଳି ଏକ ମହତ୍ତ୍ୱପୂର୍ଣ୍ଣ ଓ ଦାୟିତ୍ୱସମ୍ପନ୍ନ ବିଭାଗ ନବନିଯୁକ୍ତ ଅଧିକାରୀମାନଙ୍କ ନୂତନ ଚିନ୍ତାଧାରା ସହ ଆଗକୁ ବଢ଼ିବ ବୋଲି ସେ ଆଶାବ୍ୟକ୍ତ କରିଥିଲେ। ବିଭାଗୀୟ ସଚିବ ଅଶ୍ୱଥୀ ଏସ୍‌ ନବନିଯୁକ୍ତ ଅଧିକାରୀମାନଙ୍କୁ ବିଭାଗ ତରଫରୁ ସ୍ୱାଗତ ଜଣାଇଥିଲେ।

- Advertisement -

ଶିକ୍ଷା ବ୍ୟବସ୍ଥାକୁ ଉଚ୍ଚ ସ୍ତରରେ ପହଞ୍ଚାଇବା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ସେ କହିଥିଲେ। ୨୦୨୩-୨୪ ଶିକ୍ଷାବର୍ଷ ନୂତନ ଅଧିକାରୀମାନଙ୍କ ସହଯୋଗ ଓ ନୂତନ ଦୃଷ୍ଟିକୋଣ ମାଧ୍ୟମରେ ସଫଳତାର ଶୀର୍ଷ ଛୁଇଁବ ବୋଲି ସେ ଆଶା କରିଛନ୍ତି। ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା ସ୍ୱାଗତ ଭାଷଣରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ସବିଶେଷ ତଥ୍ୟ ପ୍ରଦାନ କରିଥିଲେ। ଓଡିଶା ଆଦର୍ଶ ବିଦ୍ୟାଳୟର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀମତୀ ଜାମିନୀ ଷଡ଼ଙ୍ଗୀ ସେମାନଙ୍କୁ ଭବିଷ୍ୟତ ବୃତ୍ତିଗତ ଜୀବନର ବାଧାବିଘ୍ନକୁ ସାହସର ସହ ସାମ୍ନା କରିବାକୁ ଉପଦେଶ ଦେଇଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ପ୍ରଶିକ୍ଷାର୍ଥୀମାନଙ୍କୁ ୧୬ଦିନ ମଧ୍ୟରେ ଶିକ୍ଷା ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସୂଚନା ଦିଆଯିବ। ଜିଲା, ବ୍ଲକ୍‌ ସ୍ତରରେ କ୍ଷେତ୍ର ଅଧ୍ୟୟନ ମାଧ୍ୟମରେ ଶିକ୍ଷା ପ୍ରଶାସନର କାର୍ଯ୍ୟପ୍ରଣାଳୀ ଉପରେ ସବିଶେଷ ପ୍ରଶିକ୍ଷଣ ଦିଆଯିବ। ନୂତନ ଭାବେ ପ୍ରଣୟନ କରାଯାଇଥିବା ହାଉସ ସିଷ୍ଟମ, ସ୍କୁଲ କ୍ଲବ୍‌, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର- ବିଷୟରେ ସ୍ୱତନ୍ତ୍ର ଭାବେ ତାଲିମ ଦିଆଯିବ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories