ଆହୁରି ଛେଚିବ ୪ ଦିନ ; ୨୨ ଜିଲାକୁ ସତର୍କତା ଜାରି
ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରୀୟ ଲଘୁଚାପ କ୍ଷେତ୍ର ସୃଷ୍ଟି ଫଳରେ ଆଜିଠୁ ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥିପାଇଁ ୨୨ଟି ଜିଲାକୁ ସତର୍କ କରିଛି ପାଣିପାଗ କେନ୍ଦ୍ର । ସେପଟେ ୨୯ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ। ଏହାର ପ୍ରଭାବରେ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।
Comments are closed.