www.samajalive.in
Monday, December 15, 2025
16.1 C
Bhubaneswar

ସିଲିକନ ଭ୍ୟାଲିରେ ହେବ ଶ୍ରୀଜଗନ୍ନାଥ ମନ୍ଦିର କମ୍ପ୍ଲେକ୍ସ : ଭିତ୍ତିପ୍ରସ୍ତର ସ୍ଥାପନ କଲେ ଓଡ଼ିଶା ସରକାରଙ୍କ ବରିଷ୍ଠ ପ୍ରତିନିଧି ମଣ୍ଡଳୀ

କାର୍ଲିଫୋନିଆ: ବିଶ୍ବର ଆଇଟି ହବ ଭାବେ ପରିଚିତ ସପ୍ଟଓୟାର ସିଟି ସିଲିକନ ଭ୍ୟାଲିରେ ହେବ ଶ୍ରୀଜଗନ୍ନାଥ ମନ୍ଦିର କମ୍ପ୍ଲେକ୍ସ । ୯ ଏକର ପରିମିତ ଜମିରେ ଏହା ନିର୍ମାଣ କରାଯିବ ବୋଲି ସୂଚନା ମିଳିଛି। ଏହି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଓଡ଼ିଶା ସରକାରଙ୍କ ବରିଷ୍ଠ ପ୍ରତିନିଧି ମଣ୍ଡଳୀ । ଏହା ଆମେରିକା-ଓଡ଼ିଶା ମଧ୍ୟରେ ଆର୍ଥିକ ଓ ସାଂସ୍କୃତିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବ। ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ନେତୃତ୍ବରେ ଆମେରିକା ଯାଇଥିବା ଟିମରେ ଉନ୍ନୟନ କମିସନର ଅନୁ ଗର୍ଗ, ୫ଟି ସଚିବ ଭି.କେ ପାଣ୍ଡିଆନ, ଆଇଟି ବିଭାଗ ପ୍ରମୁଖ ସଚିବ ମନୋଜ ମିଶ୍ର ସାମିଲ ଅଛନ୍ତି। ଏହି ଅବସରରେ ଓଡ଼ିଶା ଟିମର ସଦସ୍ୟମାନେ କମ୍ପ୍ଲେକ୍ସ ହେବାକୁ ଥିବା ସ୍ଥାନରେ  ଚାରାରୋପଣ କରିଥିଲେ ।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories