www.samajalive.in
Monday, December 15, 2025
16.1 C
Bhubaneswar

ମଣିପୁର ଭିଡ଼ିଓ ଚିତ୍ର ପ୍ରଘଟ ମାମଲା: ୭ମ ଅଭିଯୁକ୍ତ ଗିରଫ

ଇମ୍ଫାଲ୍‌: ମଣିପୁର ଭିଡ଼ିଓ ଚିତ୍ର ପ୍ରଘଟ ମାମଲାରେ ସମ୍ପୃକ୍ତ ଥିବା ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ପୁଲିସ୍‌ ସୂତ୍ରରୁ ଜଣାପଡ଼ିଛି। ଅଦ୍ୟାବଧି ଏହି ଘଟଣାରେ ଲିପ୍ତ ଥିବା ୭ଜଣଙ୍କୁ ଗିରଫ କରାଯାଇ ସାରିଲାଣି। ଅନ୍ୟମାନଙ୍କୁ ଗିରଫ କରିବାକୁ ପୁଲିସ ଉଦ୍ୟମ ଜାରି ରହିଛି। ଉଲ୍ଲେଖଯୋଗ୍ୟ, ମଣିପୁରର ‘କୁକି-ଜୋମି’ ସମ୍ପ୍ରଦାୟର ୨ଜଣ ମହିଳାଙ୍କୁ ଉଲଗ୍ନ କରାଯିବା ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେବା ପରେ ଦେଶ ବ୍ୟାପୀ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି। ପରେ ପୁଲିସ ତତ୍ପର ହୋଇ ତଦନ୍ତ ଆରମ୍ଭ କରି ଅଦ୍ୟାବଧି ୭ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories