www.samajalive.in
Sunday, December 7, 2025
14.1 C
Bhubaneswar

ପରଲୋକରେ ପୂର୍ବତନ ବିଧାୟକ ରମେଶ ସୋରେନ

ଖୁଣ୍ଟା: ପୂର୍ବତନ ବିଧାୟକ ତଥା ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଭାଲିଆଡ଼ିହା ଗ୍ରାମର ରମେଶ ସୋରେନ(୮୦)ଙ୍କ ପରଲୋକ ଘଟିଛି। ସୋମବାର ବିଳମ୍ବିତ ରାତିରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ରମେଶ ସୋରେନ କଂଗ୍ରେସ ଦଳର ଜଣେ ଟାଣୁଆ ନେତା ଭାବେ ଜିଲାରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ଦେଶରେ ଜରୁରୀ ପରିସ୍ଥିତି ପରବର୍ତ୍ତି ନିର୍ବାଚନରେ ଶ୍ରୀ ସୋରେନ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇ ନିଜର ଲୋକପ୍ରିୟତା ପ୍ରମାଣ କରିଥିଲେ। ସେ କ୍ରମଗତ ଭାବେ ୧୯୭୪, ୧୯୭୭ ଓ ୧୯୮୦ ମସିହାରେ ୩ ଥର ଖୁଣ୍ଟା ଆସନରୁ କଂଗ୍ରେସ ଟିକଟରେ ବିଜୟୀ ହୋଇଥିଲେ। ରାଜନୀତିରୁ ଅବସର ନେବା ପରେ ସେ ସରଳ ଜୀବନ ଅତିବାହିତ କରିଆସୁଥିଲେ। ମଙ୍ଗଳବାର ପୂର୍ବତନ ସାଂସଦ ଶୁଶିଳା ତିରିଆ, ପୂର୍ବତନ ମନ୍ତ୍ରୀ ସରସ୍ଵତୀ ହେମ୍ବ୍ରମ, ଡିସିସି ସଭ୍ୟ ରାକେଶ ସିଂ, ପୂର୍ବତନ ବିଧାୟକ ସାନନ୍ଦ ମାରାଣ୍ଡି, ଜିଲା ଏସଏସଡି ଅଧକ୍ଷ ଡା. ଦେବାଶିଷ ମାରାଣ୍ଡିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରୁ ଶୋକ ପ୍ରକାଶ ପାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories