www.samajalive.in
Monday, December 15, 2025
27.1 C
Bhubaneswar

ତମ୍ବାଖୁ ମୁକ୍ତ ଯୁବା ଅଭିଯାନ ସଚେତନତା ସଭା ଅନୁଷ୍ଠିତ

କଣ୍ଟାବାଞ୍ଜି: ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ଉନ୍ନିତ ଉଚ୍ଚ ବିଦ୍ୟାଳୟ ଚଟୁଅନକାଠାରେ ତମ୍ବାଖୁ ମୁକ୍ତ ଯୁବା ଅଭିଯାନ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତୁରେକେଲା ସୌଜନ୍ୟରେ ସ୍ୱାସ୍ଥ୍ୟ ଓ ସୁସ୍ଥତା କେନ୍ଦ୍ର ଚଟୁଅନକା ତରଫରୁ ଆୟୋଜିତ ସଭାରେ କମ୍ୟୁନିଟି ସ୍ୱାସ୍ଥ୍ୟ ଅଧିକାରୀ ଚିତ୍ରଲେଖା ଦୀପ ଓ ପରାମର୍ଶ ଦାତା ଚିନ୍ମୟ ସ୍ୱ।ଇଁ ଉପସ୍ଥିତ ଥିଲେ। ଚଳିତ ବର୍ଷର ବିଷୟବସ୍ତୁ ତମ୍ବାଖୁ ନୁହଁ ଆମେ ଖାଦ୍ୟ ଚାହୁଁ ଉପରେ ଆଲୋକପାତ କରିଥିଲେ। ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ କିପରି ତମ୍ବାଖୁ ସେବନରୁ ଦୂରେଇ ରହିବେ ଓ ବିଦ୍ୟାଳୟ ପରିସର ପାଖରେ ଯେପରି ତମ୍ବାଖୁ ମିଳିବ ନାହିଁ ସେଥିପ୍ରତି ସମସ୍ତେ ଯତ୍ନବାନ ହେବା ଉଚିତ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ କିଛି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ କରାଯାଇଥିଲା। ଉପସ୍ଥିତ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀ ତମ୍ବାଖୁ ସେବନ କରିବେ ନାହିଁ ବୋଲି ଶପଥ ଗ୍ରହଣ କରିଥିଲେ।

Hot this week

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

Related Articles

Popular Categories