ଆଜି ଅବପାତର ରୂପ ନେବ ଲଘୁଚାପ, ୫ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତର ରୂପ ନେବ । ଏହାର ପ୍ରଭାବରେ ପ୍ରବଳରୁ ଅତିପ୍ରବଳ  ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି। ଅତିପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା ଏବଂ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଓ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କେତେକ ସ୍ଥାନରେ ୭୦ରୁ ୨ଶହ ମିଲିମିଟର ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୨୭ ତାରିଖ ଯାଏଁ ମତ୍ସଜୀବୀଙ୍କୁ ସମୁଦ୍ର ମନା ହୋଇଥିବା ଜଣାପଡ଼ିଛି।

Comments are closed.