www.samajalive.in
Sunday, December 7, 2025
15.1 C
Bhubaneswar

ମୁହାଁମୁହିଁ ଦୁଇ ଟ୍ରକ୍‌ : ଜଳିଗଲେ ଚାଳକ

ସମ୍ବଲପୁର : ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥ ବଡକୁଣ୍ଡେସରା ଠାରେ ମର୍ମନ୍ତଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ହେବା ଫଳରେ ଗୋଟିଏ ଟ୍ରକ୍‌ରେ ଲାଗିଗଲା ନିଆଁ। ଉକ୍ତ ଟ୍ରକ୍ ସହ ଜଳିଗଲେ ଚାଳକ। ଦୁର୍ଘଟଣାରେ ଚାଳକ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ମୃତ ଚାଳକ ଜଣଙ୍କ ହେଲେ ଉତ୍ତରପ୍ରଦେଶର କାନପୁରର ରାମଜି। ହେଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସମ୍ବଲପୁର ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ, ଆଜି ଭୋର ସମୟରେ କୋଇଲା ବୋଝେଇ ଟ୍ରକ୍‌ଟି ଦେବଗଡ଼ରୁ ସମ୍ବଲପୁର ଅଭିମୁଖେ ଯାଉଥିଲା। ଏହି ସମୟରେ ସମ୍ବଲପୁରରୁ ପାନମସଲା ସାମଗ୍ରୀ ନେଇ ଆସୁଥିବା ମିନି ଟ୍ରକ୍ ସହ ମୁହାଁମୁହିଁ ହୋଇଥିଲା। ମିନି ଟ୍ରକ୍‌ରେ ସର୍ଟସର୍କିଟରୁ ନିଆଁ ଲାଗି ଯାଇଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଟ୍ରକ୍‌ରେ ଥିବା ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଥିବାବେଳେ ହେଲପର ଗୁରୁତର ଆହତ ହୋଇଥିଲେ। ହେଲେ କୋଇଲା ବୋଝେଇ ଟ୍ରକ୍‌ରେ ଥିବା ଚାଳକ ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲେ। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories