www.samajalive.in
Sunday, December 14, 2025
23.1 C
Bhubaneswar

ଡିଜିଟାଲ ଇଣ୍ଡିଆ ଏବଂ ସ୍କିଲ୍ ଇଣ୍ଡିଆ ମିଶନକୁ ସଶକ୍ତ କରିବ ମେଟା

ଡେସ୍କ: ଫେସବୁକ, ହ୍ୱାଟ୍ସଆପ ଏବଂ ଇନଷ୍ଟାଗ୍ରାମକୁ ସଂଚାଳିତ କରୁଥିବା ମେଟା ଗ୍ଲୋବାଲ ଆଫେୟାର୍ସର ସଭାପତି ନିକ୍ କ୍ଲେଗ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ୍ କରିଛନ୍ତି। ଭାରତର ଦକ୍ଷତା ବିକାଶ ଏବଂ ଉଦ୍ୟମିତା କ୍ଷେତ୍ରରେ ମେଟା ଟେକ୍ନୋଲୋଜିକୁ କିପରି ବ୍ୟବହାର କରାଯାଇପାରିବ ସେ ବିଷୟରେ କେନ୍ଦ୍ରମନ୍ତ୍ରୀ ଏହି ବୈଠକ କାଳରେ ବିସ୍ତୁତ ଭାବେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ଜାତୀୟ ଶିକ୍ଷା ନୀତି ଟେକ୍ନୋଲୋଜି ଆଧାରିତ ଶିକ୍ଷାକୁ ପ୍ରୋତ୍ସାହନ ଦେଉଛି। ଷ୍ଟାର୍ଟଅପରେ ନିୟୋଜିତ ଥିବା ଯୁବ ଉଦ୍ୟୋଗୀମାନେ କିପରି ସେମାନଙ୍କର ବ୍ୟବସାୟକୁ ଟେକ୍ନୋଲୋଜି ମାଧ୍ୟମରେ ବଢାଇପାରିବେ ସେ ବାବଦରେ ଅବଗତ କରାଇଥିଲେ।

ସେହିପରି ଟେକ୍ନୋଲୋଜି ଇନୋଭେସନ, ଉଦ୍ୟମିତା କ୍ଷେତ୍ରକୁ ଉପଯୋଗ କରିବା ଉପରେ ଚର୍ଚ୍ଚା ସହ ଡିଜିଟାଲ ଇଣ୍ଡିଆ ଏବଂ ସ୍କିଲ୍ ଇଣ୍ଡିଆ ମିଶନ ସଶକ୍ତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ମେଟାକୁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିକ୍ କ୍ଲେଗଙ୍କୁ ଓଡ଼ିଶାର ପାରମ୍ପରିକ ପଟ୍ଟଚିତ୍ର ପ୍ରଦାନ କରିବା ସମୟରେ ଓଡ଼ିଶାର ପ୍ରତିଭାସମ୍ପନ୍ନ ବ୍ୟକ୍ତି ଓ କଳାକାରଙ୍କ ସମେତ ରାଜ୍ୟର କଳା, ସଂସ୍କୃତି, ପରମ୍ପରା ଉପରେ ଚର୍ଚ୍ଚା କରିଥିଲେ। ଦେଶ ସମେତ ଓଡ଼ିଶା ଭଳି ରାଜ୍ୟରେ ମେଟା ଟେକ୍ନୋଲୋଜି କିଭଳି ଯୁବ ପ୍ରତିଭାଙ୍କୁ ଅଧିକ ଦକ୍ଷ କରିବା ସହ ସ୍କିଲ୍ କ୍ଷେତ୍ରକୁ ମଜଭୂତ୍ କରିବ, ତାହା ଉପରେ କାମ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ପରାମର୍ଶ ଦେଇଥିଲେ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories