www.samajalive.in
Monday, December 15, 2025
14.1 C
Bhubaneswar

ପିପିଲି ଯୁବ କଂଗ୍ରେସ ସଭାପତି ହେଲେ ସୌମ୍ୟରଞ୍ଜନ

ପିପିଲି: ପିପିଲି ନିର୍ବାଚନମଣ୍ଡଳୀର ଯୁବ କଂଗ୍ରେସ ସଭାପତି ଭାବେ ସୌମ୍ୟରଞ୍ଜନ ବରାଳ ନିର୍ବାଚିତ ହୋଇଛନ୍ତି। ଅଖିଳ ଭାରତୀୟ ଯୁବ କଂଗ୍ରେସ ପକ୍ଷରୁ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପାଇଁ ସଦସ୍ୟତା ଅଭିଯାନ ସହ ବିଭିନ୍ନ ସାଂଗଠନିକ ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରତିଦ୍ୱନ୍ଦିତା କରି ସୌମ୍ୟରଞ୍ଜନ ବିଜୟୀ ହୋଇଛନ୍ତି। ଏହି ବିଜୟ ପରେ ସେ ଅଖିଳ ଭାରତୀୟ ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତି ଶ୍ରୀନିବାସ ବିଭି, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଓ ସ୍ଥାନୀୟ କଂଗ୍ରେସ ନେତା ତଥା ରାଜ୍ୟ କଂଗ୍ରେସ ମୁଖପାତ୍ର ନିଶିକାନ୍ତ ମିଶ୍ରଙ୍କୁ କୃତଜ୍ଞତା ଜଣାଇଛନ୍ତି। ଆଗାମୀ ଦିନରେ ପିପିଲି ଓ ଡେଲାଙ୍ଗ ବ୍ଲକରେ ଯୁବ କଂଗ୍ରେସକୁ ଅଧିକ କ୍ରୀୟାଶୀଳ କରିବା ଦିଗରେ ସେ ଉଦ୍ୟମ ଜାରି ରଖିବେ ବୋଲି ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories