www.samajalive.in
Thursday, December 11, 2025
26.1 C
Bhubaneswar

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତର ଶେଷ ଦିନରେ ୧୦ଟି ଜନଜାତି ସମୁଦାୟକୁ ଭେଟିବେ

ଭୁବନେଶ୍ବର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ତଥା ଶେଷ ଦିନ । ଏହି ଅବସରରେ ୧୦ଟି ପିଭିଟିଜି ବା ନିର୍ଦ୍ଦିଷ୍ଟ ରୂପେ ସଂକଟପ୍ରବଣ ଜନଜାତି ସମୁଦାୟକୁ  ଭେଟିବାର କାର୍ଯ୍ୟକ୍ରମ ରହିଛି । ସୂଚନା ଅନୁସାରେ, ଓଡ଼ିଶାରେ ସଉରା, ଲାଞ୍ଜିଆ ସଉରା, କୁଟିଆ କନ୍ଧ, ଡଙ୍ଗରିଆ କନ୍ଧ, ମାଙ୍କିଡ଼ିଆ, ବିରହୋର, ଜୁଆଙ୍ଗ ଆଦି ୧୩ଟି ପିଭିଟିଜି ବସବାସ କରୁଥିବାବେଳେ ଆଜି ସେମାନଙ୍କ ମଧ୍ୟରୁ ୧୦ଟି ଜନଜାତି ସମୁଦାୟର ୫ଜଣିଆ ପ୍ରତିନିଧି ଦଳ ରାଜଭବନ ପରିସରରେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ। ରାଷ୍ଟ୍ରପତିଙ୍କ ପରବର୍ତ୍ତୀ କାର୍ଯ୍ୟକ୍ରମ ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋରେ ରହିଛି। ଦଶବାଟିଆସ୍ଥିତ ବ୍ରହ୍ମାକୁମାରୀ ସେଣ୍ଟରର ଲାଇଟହାଉସ କଂପ୍ଲେକ୍ସରେ ଶିଳାନ୍ୟାସ ଓ ଆମ୍ବ ଚାରା ରୋପଣ କାର୍ଯ୍ୟକ୍ରମ ରହିଛି। ପରେ ସେଠାରେ ମଧ୍ୟାହ୍ନ ଭୋଜନ ଓ ଫଟୋ ସେସନ୍ ପରେ ରାଜଭବନ ଫେରିଆସିବେ ଏବଂ ଅପରାହ୍ଣରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯିବେ।

Hot this week

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

Related Articles

Popular Categories