www.samajalive.in
Sunday, December 14, 2025
26.1 C
Bhubaneswar

ପୁଅ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ଭଦ୍ରକ: ଭଦ୍ରକ ଗ୍ରାମାଞ୍ଚଳ ଥାନା ବାଣିତିଆ ପଞ୍ଚାୟତ ମହଲା ସାହିରେ ନାବାଳକ ପୁଅ ସହ ମିଶି ସ୍ୱାମୀକୁ ଛୁରି ଭୁସି ହତ୍ୟା କରିଛି ସ୍ତ୍ରୀ। ଏହି ଘଟଣାରେ ପୁଲିସ ଉଭୟ ସ୍ତ୍ରୀ ଓ ପୁଅକୁ ଥାନାରେ ଅଟକ ରଖି ପଚରାଉଚୁରା କରୁଛି। ସୂଚନା ଅନୁସାରେ, ସୁରେଶ ଲାଲ ବାଣିତିଆ ପଞ୍ଚାୟତ ମହଲା ସାହିର ସଞ୍ଜୁଲତାଙ୍କୁ ବାହା ହୋଇ ଘରଜ୍ବାଇଁ ଭାବେ ସେଠାରେ ରହୁଥିଲା। ବିଭିନ୍ନ କାରଣରୁ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ଗତ ରାତିରେ ଝଗଡ଼ା ତୀବ୍ର ରୂପ ନେଇଥିଲା। ଫଳରେ ସ୍ତ୍ରୀ ସଞ୍ଜୁଲତା ସ୍ୱାମୀ ସୁରେଶକୁ ଛୁରିରେ ଭୁସି ଦେଇଥିଲା। ଘଟଣାସ୍ଥଳରେ ହିଁ ସ୍ବାମୀର ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଗ୍ରାମବାସୀ ଉଭୟ ମା ଓ ପୁଅକୁ ଗଛରେ ବାନ୍ଧି ଦେଇ ପୁଲିସକୁ ଖବର ଦେଇଥିଲେ। ଭଦ୍ରକ ଗ୍ରାମାଞ୍ଚଳ ପୁଲିସ ଦୁଇ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରିବା ସହିତ ତଦନ୍ତ ଜାରି ରଖିଛି।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories