ବଢିଲା ଇଡି ନିର୍ଦ୍ଦେଶକ ସଞ୍ଜୟ ମିଶ୍ରଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ନିର୍ଦେଶକ ଏସ.କେ. ମିଶ୍ରଙ୍କୁ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଇଡି ନିର୍ଦେଶକ ପଦରେ ରହିବାକୁ ଅନୁମତି ପ୍ରଦାନ କରିଛନ୍ତି। ଇଡି ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ବର୍ତ୍ତମାନ ସୁପ୍ରିମକୋର୍ଟ ଇଡି ନିର୍ଦ୍ଦେଶକ ଭାବେ ଏସ.କେ. ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ସୁପ୍ରିମକୋର୍ଟଙ୍କଠାରୁ କେନ୍ଦ୍ର ସରକାରଙ୍କୁ ଶକ୍ତ ଝଟ୍‌କା ଲାଗିଥିଲା। ଇଡି ନିର୍ଦ୍ଦେଶକ ସଞ୍ଜୟ ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି ବେଆଇନ ବୋଲି କହିଥିଲେ ସର୍ବୋଚ୍ଚ ନ୍ୟାୟାଳୟ। ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ବିଚାରାଧୀନ କାର୍ଯ୍ୟଗୁଡିକ ଶେଷ କରିବାକୁ ଜୁଲାଇ ୩୧, ୨୦୨୩ ପର୍ଯ୍ୟନ୍ତ ସମୟ ଦେଇଥିଲେ।

Comments are closed.