www.samajalive.in
Monday, December 8, 2025
20.1 C
Bhubaneswar

ପରିବର୍ତ୍ତନ ହିଁ ଏକମାତ୍ର ସତ୍ୟ, ବ୍ୟକ୍ତି ବଦଳିଲେ ବଦଳିବ ସମାଜ: ରାଷ୍ଟ୍ରପତି

ଭୁବନେଶ୍ବର: ଆଜି ୩ ଦିନିଆ ଓଡ଼ିଶା ଗସ୍ତ ସାରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀ ଫେରିଯାଇଛନ୍ତି। ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଦାୟ ଜଣାଇଥିଲେ। ଦିଲ୍ଲୀ ଯିବା ପୂର୍ବରୁ ରାଷ୍ଟ୍ରପତି ଲୁପ୍ତପ୍ରାୟ ଜନଜାତିଙ୍କୁ ସାକ୍ଷାତ କରିଥିଲେ। ଶେଷ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାରୁ କିଛି ଶାଢ଼ୀ କିଣିଥିଲେ ଓ ତାହା ଦିଲ୍ଲୀ ନେଇଯାଇଥିଲେ।

- Advertisement -

 

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ଓଡ଼ିଶା ଗସ୍ତର ଆଜି ତୃତୀୟ ତଥା ଶେଷଦିନ ଥିଲା। ଆଜି ରାଷ୍ଟ୍ରପତି ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କରିଥିଲେ। ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପରେ ବ୍ରହ୍ମାକୁମାରୀର ୨୦ ଜଣ ବରିଷ୍ଠ ସଦସ୍ୟଙ୍କ ସହିତ ରାଷ୍ଟ୍ରପତି ଆଲୋଚନା କରିଥିଲେ। ବ୍ରହ୍ମକୁମାରୀ ସେଣ୍ଟରରେ ଜୀବନାଦର୍ଶ ନେଇ ଅଭିଭାଷଣ ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଥିଲେ ଯେ ପରିବର୍ତ୍ତନ ହିଁ ଏକମାତ୍ର ସତ୍ୟ। ବ୍ୟକ୍ତି ବଦଳିଲେ ପରିବାର ବଦଳିବ। ପରିବାର ବଦଳିଲେ ସମାଜ ବଦଳିବ। ପରିବର୍ତ୍ତନ ହେଉଛି ଏକମାତ୍ର ଅପରିବର୍ତ୍ତନ ପ୍ରକ୍ରିୟା। ପରିବର୍ତ୍ତନ ହିଁ ଏକମାତ୍ର ସତ୍ୟ ବୋଲି ରାଷ୍ଟ୍ରପତି ପ୍ରକାଶ କରିଛନ୍ତି। ସେଠାରୁ ରାଜଭବନ ଫେରିବା ପରେ ରାଷ୍ଟ୍ରପତି ଦିଲ୍ଲୀ ଫେରିଯାଇଛନ୍ତି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories