www.samajalive.in
Monday, December 8, 2025
24.1 C
Bhubaneswar

ଜେ.କ୍ରିଷ୍ଣା କିଶୋର ହେଲେ ନୂଆ ମୁଖ୍ୟ ଆୟକର ଆୟୁକ୍ତ

ନୂଆଦିଲ୍ଲୀ : ୧୯୯୦ ବ୍ୟାଚର ଭାରତୀୟ ରାଜସ୍ୱ ସେବା (ଆଇଆରଏସ) ଅଧିକାରୀ ଶ୍ରୀ ଜେ. କ୍ରିଷ୍ଣା କିଶୋରଙ୍କୁ ମୁଖ୍ୟ ଆୟକର ଆୟୁକ୍ତ ଭାବେ ପଦୋନ୍ନତି ମିଳିଛି । ବର୍ତ୍ତମାନ ଶ୍ରୀ କିଶୋର ଆୟକର ବିଭାଗ ଓଡ଼ିଶା ପ୍ରାନ୍ତର ତଦନ୍ତ ନିର୍ଦ୍ଦେଶାଳୟରେ ପ୍ରମୁଖ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅଛନ୍ତି । ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ର ପ୍ରତ୍ୟକ୍ଷ ଟିକସ ବୋର୍ଡ ପକ୍ଷରୁ ତାଙ୍କ ପଦୋନ୍ନତି ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଜେ. କ୍ରିଷ୍ଣା କିଶୋରଙ୍କର ଆୟକର କ୍ଷେତ୍ରରେ ଯଥେଷ୍ଟ ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ରହିଛି । ସେ ଜଣେ ସଚ୍ଚୋଟ ଅଧିକାରୀ ଭାବେ ପରିଚିତ । ଓଡ଼ିଶାରେ ତାଙ୍କର କାର୍ଯ୍ୟକାଳ ସମୟରେ ଆୟକର ତଦନ୍ତ ନିର୍ଦ୍ଦେଶାଳୟ ସବୁ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ କରିଛି । ତାଙ୍କର ତତ୍ତ୍ୱାବଧାନରେ ସବୁଠୁ ଅଧିକ ନଗଦ ଟଙ୍କା ଜବତ କରାଯିବା ସହିତ ସର୍ବାଧିକ ଗୋପନୀୟ ଆୟ ଠାବ କରାଯିବା କ୍ଷେତ୍ରରେ ସଫଳତା ମିଳିଛି ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories