www.samajalive.in
Saturday, December 13, 2025
26.1 C
Bhubaneswar

ବିଜେପିର ନୂଆ ଟିମ୍‌ ଘୋଷଣା : ନୂଆ ଦଳରେ ସ୍ଥାନ ପାଇଲେ ୩୮ ଜଣ

ନୂଆଦିଲ୍ଲୀ : ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପିର ୩୮ ଜଣିଆ ଦଳ ଘୋଷଣା କରାଯାଇଛି। ଭାରତୀୟ ଜନତା ପାର୍ଟି ପକ୍ଷରୁ ନୂତନ ଜାତୀୟ ଉପାଧ୍ୟକ୍ଷ ଏବଂ ସାଧାରଣ ସଂପାଦକଙ୍କ ନାମ ଘୋଷଣା କରାଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ୩୮ଜଣିଆ ନୂଆ ଟିମ୍‌ରେ ତୃତୀୟ ଥର ପାଇଁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ ପୁଣି ସ୍ଥାନ ପାଇଛନ୍ତି ବୈଜୟନ୍ତ ପଣ୍ଡା।  ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବରେ ଓଡ଼ିଶାର ବୈଜୟନ୍ତ ପଣ୍ଡାଙ୍କ ବ୍ୟତୀତ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ, ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ରମଣ ସିଂ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଏବଂ ସୌଦାନ ସିଂ ପ୍ରମୁଖଙ୍କୁ ନିଯୁକ୍ତ କରାଯାଇଥିବାବେଳେ କୈଳାସ ବିଜୟବର୍ଗୀୟ, ଅରୁଣ ସିଂ ଏବଂ ତରୁଣ ଚୁଗଙ୍କୁ ସାଧାରଣ ସଂପାଦକ ଭାବେ ନିଯୁକ୍ତି ଦିଆଯାଇଥିବା ଜଣାପଡ଼ିଛି । ଏହି ନୂଆ ଦଳରେ ୧୩ ଜଣ ରାଷ୍ଟ୍ରୀୟ ଉପାଧ୍ୟକ୍ଷ, ୮ ଜଣ ରାଷ୍ଟ୍ରୀୟ ମହାମନ୍ତ୍ରୀ ଏବଂ ୧୩ ଜଣ ରାଷ୍ଟ୍ରୀୟ ସଚିବ ହୋଇଛନ୍ତି। ଏହା ସହିତ ଜଣେ ଲେଖାଏ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ, ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ, କୋଷାଧ୍ୟକ୍ଷ ଓ ସହ କୋଷାଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories