www.samajalive.in
Sunday, December 14, 2025
15.1 C
Bhubaneswar

ସଖୀ ୱାନ ଷ୍ଟଫ ସେଣ୍ଟର ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ: ଶୁକ୍ରବାର ଦିନ ସଖୀ ୱାନ ଷ୍ଟଫ ସେଣ୍ଟର ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଫୁଲବାଣୀର ସ୍ତ୍ରୀ ଓ ପ୍ରସୂତୀ ବିଭାଗରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ସ୍ତ୍ରୀ ଓ ପ୍ରସୂତୀ ବିଭାଗରେ ଥିବା କିଛି ମହିଳା ଓ ଆଶା କର୍ମୀ ମାନଙ୍କୁ ଏକତ୍ରିତ କରି ସଖୀ ୱାନଷ୍ଟଫ ସେଣ୍ଟର ଉପରେ ସଚେତନତା କରିବା ସହିତ ନିର୍ଯ୍ୟାତିତ ହେଉଥିବା ମହିଳା ମାନଙ୍କ ପାଇଁ ସଖୀ ୱାନଷ୍ଟଫ ସେଣ୍ଟର କେଉଁ କାର୍ଯ୍ୟ କରିଛି ଓ କିଭଳି ସାହାଯ୍ୟ କରୁଛି ସେହି ବିଷୟରେ ସଚେତନତା କରାଯାଇଥିଲା। ସଖୀ ୱାନଷ୍ଟଫ ସେଣ୍ଟରର ଅପର୍ଣ୍ଣା ବେହେରା, ସ୍ଵାଗତିକା ପାଣିଗ୍ରାହୀ, ପ୍ରଜ୍ଞା ପ୍ରାରମ୍ଭିକା ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ମହିଳା ମାନଙ୍କୁ ସଚେତନ କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରସୂତୀ ବିଭାଗକୁ ଆସି ଥିବା କିଛି ମହିଳା ଏବଂ ଆଶା କର୍ମୀ ମଧ୍ୟ ଯୋଗ ଦେଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories