www.samajalive.in
Monday, December 8, 2025
27.1 C
Bhubaneswar

ଭିନ୍ନକ୍ଷମଙ୍କୁ ଆବଶ୍ୟକୀୟ ଉପକରଣ ବାଣ୍ଟିଲେ ସାଂସଦ ଓ ବିଧାୟକ

ଗଞ୍ଜାମ : ଗଞ୍ଜାମ ବ୍ଲକ କାର୍ଯ୍ୟାଳୟଠାରେ ରବିବାର ଭାରତ ସରକାରଙ୍କ ସାମାଜିକ ସଶକ୍ତିକରଣ ମନ୍ତ୍ରାଳୟ ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗ ଏବଂ ବ୍ଲକ ପ୍ରଶାସନର ସହାୟତାରେ ଭିନ୍ନକ୍ଷମମାନଙ୍କୁ ବିଭିନ୍ନ ଆବଶ୍ୟକୀୟ ଉପକରଣ ବଣ୍ଟନ କାରଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଅତିଥି ଭାବେ ଯୋଗ ଦେଇ ଭିନ୍ନକ୍ଷମମାନଙ୍କୁ ବିଭିନ୍ନ ଉପକରଣ ବଣ୍ଟନ କରିଥିଲେ। ସେଗୁଡ଼ିକ ମଧ୍ୟରେ ଟ୍ରାଇ ସାଇକେଲ, ଶ୍ରବଣ ଯନ୍ତ୍ର ଏବଂ ଆଶାବାଡ଼ି ଆଦି ରହିଛି। କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଉପାଧ୍ୟକ୍ଷା ଅନ୍ତର୍ଯ୍ୟାମୀ ବେହେରା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରଥ ପ୍ରଧାନ, ମଲାଡ଼ ପଂଚାୟତ ସରପଞ୍ଚ ପ୍ରତିନିଧି ସୁଦାମ ଚରଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଶିବିର ଆନୁକୂଲ୍ୟରେ ଏହି ବ୍ଲକର ଅନେକ ମହିଳା ଓ ପୁରୁଷ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା। ଏହାଦ୍ବାରା ଗଞ୍ଜାମ ଏନଏସି, ରମ୍ଭା ଏନଏସି ଆଦି ଅଞ୍ଚଳର ଭିନ୍ନକ୍ଷମ ଭାଇ ଭଉଣୀମାନେ ଉପକୃତ ହୋଇପାରିବେ ବୋଲି ବିଧାୟକ ସୁବାଷ ବେହେରା ନିଜ ପ୍ରତିକ୍ରିୟାରେ କହିଛନ୍ତି।

Hot this week

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

Related Articles

Popular Categories