www.samajalive.in
Monday, December 8, 2025
13.1 C
Bhubaneswar

ଗଭୀର ଅବପାତ ସୃଷ୍ଟି ; ପ୍ରବଳ ବର୍ଷିବ

ଭୁବନେଶ୍ୱର : ଟ୍ୱିନ ସିଟିରେ ମଙ୍ଗଳବାର ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତୁହାକୁ ତୁହା ବର୍ଷା ନେଇ କଟକ ଓ ଭୁବନେଶ୍ୱରରେ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବା ସହ ପାଣି ଜମିବା ଓ ଟ୍ରାଫିକ ସମସ୍ୟା ସୃଷ୍ଟି ନେଇ ମଧ୍ୟ ଆଶଙ୍କା କରାଯାଉଛି। ସେହିପରି ଅତି ପ୍ରବଳ ବର୍ଷା ନେଇ ୪ ଜିଲାକୁ ରେଡ୍‌‌ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲାକୁ ରେଡ୍‌‌ ୱାର୍ଣ୍ଣିଂ ଜାରି କରାଯିବା ସହ ସମ୍ପୃକ୍ତ ଜିଲାରେ କିଛି ସ୍ଥାନରେ ୭ ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଅନ୍ୟ ୧୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଯାଜପୁର, ଭଦ୍ରକ, ଦେବଗଡ, ସମ୍ବଲପୁର, ସୋନପୁର ବୌଦ୍ଧ, ସୁନ୍ଦରଗଡ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ବାଲେଶ୍ୱରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତଟି ଖେପୁପଡାରୁ ୧୬୦,ଦୀଘାରୁ ୪୨୦ କିମି ଦୂରରେ ରହିଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ। ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡା ପାଖାପାଖି ଉପକଳ ଛୁଇଁବ ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡକୁ ଯିବ।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories