www.samajalive.in
Wednesday, December 10, 2025
17.1 C
Bhubaneswar

ମହିଳା ଟ୍ୱେଣ୍ଟି-୨୦ ବିଶ୍ୱକପ୍‍ : ଭାରତ-ଅଷ୍ଟ୍ରେଲିଆ ମୁକାବିଲା ଆଜି

ଗାଏନା : ଆଇସିସି ମହିଳା ଟ୍ୱେଣ୍ଟି-୨୦ ବିଶ୍ୱକପ୍‍ର ଗ୍ରୁପ୍‍ ବି’ର ଏକ ମ୍ୟାଚରେ ଶନିବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା ହେବ। ଉଭୟ ଭାରତ ଓ ଅଷ୍ଟ୍ରେଲିଆ ପୂର୍ବରୁ ସେମିଫାଇନାଲରେ ପ୍ରବେଶ କରିଥିବାରୁ ଏହି ମ୍ୟାଚ୍‍ କେବଳ ଔପଚାରିକ ଭାବେ ଖେଳାଯିବ।
ଭାରତୀୟ ଦଳ ସେମିଫାଇନାଲରେ ପ୍ରବେଶ କରିଥିଲେ ମଧ୍ୟ ଅଷ୍ଟ୍ରେଲିଆ ପରି ଶକ୍ତିଶାଳୀ ଦଳ ବିପକ୍ଷରେ ନିଜ ଶକ୍ତି ପରଖିବାକୁ ସୁଯୋଗ ରହିଛି। ଭାରତୀୟ ଦଳର ଅଧିନାୟିକା ହରମନ୍‍ପ୍ରୀତ କୌର୍‍ ନ୍ୟୁଜିଲାଣ୍ଡ ବିପକ୍ଷରେ ଶତକ ଅର୍ଜନ କରିଥିବା ବେଳେ ବରିଷ୍ଠ ଖେଳାଳି ମିତାଲି ରାଜ୍ ଦୁଇଟି ଅର୍ଦ୍ଧଶତକ ହାସଲ କରିବାରେ ସକ୍ଷମ ହୋଇଥିଲେ। ସେହିପରି ଜେମିମା ରୋଡିଗ୍ରେଜ୍‍ ମଧ୍ୟ ଠିକ୍‍ଠାକ ପ୍ରଦର୍ଶନ କରିଥିବାବେଳେ ବେଦା କ୍ରିଷ୍ଣମୂର୍ତ୍ତି ଅଷ୍ଟ୍ରେଲିଆ ବିପକ୍ଷରେ କିପରି ପ୍ରଦର୍ଶନ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି। ସେହିପରି ବାମହାତୀ ସ୍ପିନର ରାଧା ଯାଦବ ଆୟରଲାଣ୍ଡ ବିପକ୍ଷରେ ହ୍ୟାଟ୍ରିକ ଅର୍ଜନ କରିଥିବାରୁ ଅଷ୍ଟ୍ରେଲିଆ ବିପକ୍ଷରେ ସେ ସମାନ ପ୍ରକାର ପ୍ରଦର୍ଶନ କରିବେ ବୋଲି ଆଶା ରହିଛି।
ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ଦଳ ମଧ୍ୟ ବେଶ୍‍ ଶକ୍ତିଶାଳୀ। ଦଳ ପ୍ରଥମ ମ୍ୟାଚରେ ପାକିସ୍ତାନକୁ ପରାସ୍ତ କରିଥିବା ବେଳେ ଆୟରଲାଣ୍ଡ ବିପକ୍ଷରେ ସହଜ ବିଜୟ ହାସଲ କରିଥିଲା। ତୃତୀୟ ମ୍ୟାଚରେ ଅଷ୍ଟ୍ରେଲିଆ ୩୩ ରନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିବାରେ ସକ୍ଷମ ହୋଇଥିଲା।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories