www.samajalive.in
Saturday, December 13, 2025
26.1 C
Bhubaneswar

ପୋଖରୀରେ ପଶିଗଲା କାର୍‌ ; ୫ ଜଣ ଗୁରୁତର

ସୋର : ବାଲେଶ୍ବର ଜିଲା ସିମୁଳିଆ ଥାନା ୧୬ନମ୍ବର ଜାତୀୟ ରାଜପଥ ମାର୍କୋଣା ବଜାର ସାହି ନିକଟରେ ପ୍ରବଳ ବର୍ଷା ଯୋଗୁ ଭାରସାମ୍ୟ ହରାଇ ନିକଟସ୍ଥ ପୋଖରୀରେ ଏକ କାର୍‌ ପଶି ଯାଇଥିବା ଜଣାଯାଇଛି। ଫଳରେ କାର ଭିତରେ ଥିବା ୫ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ୫ ଜଣଙ୍କୁ ସ୍ଥାନୀୟ ଲୋକେ ବହୁ ପରିଶ୍ରମ କରି ବାହାର କରିଛନ୍ତି । ସୂଚନା ଅନୁସାରେ, ଆଜି ଭୋର ସମୟରେ ଏକ କାର୍‌ରେ ୫ ଯୁବକ ବାଲେଶ୍ୱରରୁ ଭଦ୍ରକ ଅଭିମୁଖେ ଯାଉଥିଲେ। ବାଲେଶ୍ବର ଜିଲା ସିମୁଳିଆ ଥାନା ୧୬ନମ୍ବର ଜାତୀୟ ରାଜପଥ ମାର୍କୋଣା ବଜାର ସାହି ନିକଟରେ କାର୍‌ଟି ଭାରସାମ୍ୟ ହରାଇ ଦଳ ପୋଖରୀ ଭିତରେ ପଶି ଯାଇଥିଲା। ଉକ୍ତ ସମୟରେ କାର୍‌ରେ ଥିବା ଯୁବକଙ୍କ ଚିତ୍କାର ଶୁଣି ଆଖପାଖ ଲୋକେ ପହଞ୍ଚିଥିଲେ। ଏହାପରେ ସେମାନେ ବହୁ କଷ୍ଟ କରି କାର୍‌ର କାଚ ଭାଙ୍ଗି ସମସ୍ତ ୫ ଜଣଙ୍କୁ ଉଦ୍ଧାର କରିଥିଲେ । ସମସ୍ତଙ୍କୁ ପ୍ରଥମେ ସିମୁଳିଆ ଓ ପରେ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ମାତ୍ର ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories