www.samajalive.in
Thursday, December 11, 2025
16.1 C
Bhubaneswar

ମାଲ୍‌ବାହୀ ଟ୍ରେନ୍ ଇଞ୍ଜିନ ଲାଇନ୍‌ଚ୍ୟୁତ

ଅନୁଗୂଳ : ପାହାଡ଼ରୁ ପଥର ଖଣ୍ଡ ଏକ ମାଲ୍‌ବାହୀ ଟ୍ରେନ୍ ଇଞ୍ଜିନ ଉପରେ ଖସି ପଡ଼ି ପଡ଼ିବା ଫଳରେ ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ ହୋଇଯାଇଛି। ଆଜି ସକାଳେ ଅନୁଗୁଳ ଜିଲ୍ଲା ବଇଣ୍ଡା ଠାରୁ ଗୋଟିଏ କିମି ଦୂର ଶରଧାମୁଣ୍ଡା ନିକଟରେ ଘଟିଛି ଏହି ଅଘଟଣ । ଏକ ମାଲବାହୀ ଟ୍ରେନ୍‌ ତାଳଚେରରୁ ସମ୍ବଲପୁର ଅଭିମୁଖେ ଯାଉଥିବାବେଳେ ଶରଧାମୁଣ୍ଡା ନିକଟରେ ହଠାତ୍‌ ପାହାଡରୁ ଏକ ବିରାଟ ପଥର ଖଣ୍ଡ ଟ୍ରେନ୍‌ ଇଞ୍ଜିନରେ ପିଟି ହେବାରୁ ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ ହୋଇଯାଇଛି। ତେବେ ଟ୍ରେନ୍‌ରେ ଥିବା ରେଳ କର୍ମଚାରୀ ସୁରକ୍ଷିତ ଥିବା ଜଣାଯାଇଛି। ଖବର ପାଇ ବରିଷ୍ଠ ରେଲୱେ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। କିଛି ସମୟ ମଧ୍ୟରେ  ଟ୍ରେନ୍‌ ଚଳାଚଳ ସ୍ୱାଭାବିକ ହେବ ବୋଲି ଜଣାପଡ଼ିଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories