www.samajalive.in
Sunday, December 7, 2025
16.1 C
Bhubaneswar

ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ୫୦ ବର୍ଗର ଅଣସଂଗଠିତ କର୍ମଚାରୀ ସାମିଲ୍‌

ଭୁବନେଶ୍ବର : ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀମାନଙ୍କୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ବର୍ତ୍ତମାନ ୧୦ଟି ବର୍ଗର ଲୋକ ବୋର୍ଡର କଲ୍ୟାଣ ଯୋଜନାରେ ସୁବିଧା ପାଉଛନ୍ତି । ଏବେ ଆଉ ୫୦ ବର୍ଗର ଅଣସଂଗଠିତ କର୍ମଚାରୀଙ୍କୁ ଏହି ବୋର୍ଡର କଲ୍ୟାଣ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ହେଲେ – (୧) ଦରଜୀ, ଏମ୍ବ୍ରୋଡୋରୀ କାରିଗର, (୨) ବାରିକ, ସ୍ପା, ସେଲୁନ ଓ ବିଉଟି ପାର୍ଲୋରରେ କାମ କରୁଥିବା କର୍ମଚାରୀ, (୩) ମହାରଣା, (୪) ମତ୍ସ୍ୟଜୀବୀ, (୫) କମାର, (୬) ରେଳବାଇ କୁଲି, (୭) ମାଲ ଲୋଡିଂ ଏବଂ ଅନ୍‌ଲୋଡିଂରେ ନିୟୋଜିତ ଶ୍ରମିକ ତଥା ମୁଣ୍ଡରେ ବୋଝ ବୋହୁଥିବା ଶ୍ରମିକ, (୮) କୁମ୍ଭାର, (୯) ପଥର ଶିଳ୍ପୀ ଏବଂ ସହାୟକ, (୧୦) ଜରି ଗୋଟାଳି, (୧୧) ପରିମଳ କର୍ମଚାରୀ, (୧୨) ରଜକ/ ଲଣ୍ଡ୍ରୀ ଓ ଡ୍ରାଏ କ୍ଲିନର କର୍ମଚାରୀ, (୧୩) ବୁଣାକାର, ହସ୍ତଶିଳ୍ପ ଓ ହସ୍ତତନ୍ତ କାରିଗର, (୧୪) କତା ଶିଳ୍ପ ଶ୍ରମିକ, (୧୫) ଲୋକକଳା କଳାକାର, (୧୬) ଚିତ୍ରଶିଳ୍ପୀ/ପଟ୍ଟଚିତ୍ର ଶିଳ୍ପୀ, (୧୭) ମାଂସ କଟାଳି, (୧୮) ରତ୍ନ ପଥର ତଥା ସୁନାରୂପା କାରିଗର, (୧୯) ହୋଟେଲ, ରେଷ୍ଟୁରାଣ୍ଟ ଓ ଢାବାରେ କାର୍ଯ୍ୟରତ ଶ୍ରମିକ, (୨୦) ଫଟୋଗ୍ରାଫର ଓ ଭିଡିଓଗ୍ରାଫର, (୨୧) ୱେଲ୍‌ଡିଂ କାରିଗର, ୱେଲ୍‌ଡିଂ ସହାୟକ, (୨୨) ଇଲେକ୍ଟ୍ରିସିଆନ, (୨୩) ପାଣି ପାଇପ ମିସ୍ତ୍ରୀ, (୨୪) ରଙ୍ଗ ପ୍ରସ୍ତୁତକାରୀ, (୨୫) ମେକାନିକାଲ ଓ ଇଲେକ୍ଟ୍ରିକାଲ ଯନ୍ତ୍ରାଂଶ ମରାମତି କର୍ମଚାରୀ, (୨୬) ମାଳି, (୨୭) ଆସବାବପତ୍ର ମରାମତିରେ ନିୟୋଜିତ ଶ୍ରମିକ, (୨୮) ତେଜରାତି ଓ ପରିବା ଦୋକାନରେ କାର୍ଯ୍ୟରତ ସହାୟକ ପ୍ରମୁଖ ଏଥିରେ ସାମିଲ ହୋଇଛନ୍ତି। ବୋର୍ଡରେ ରେଜିଷ୍ଟ୍ରିଭୁକ୍ତ ଶ୍ରମିକଙ୍କୁ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୨ ଲକ୍ଷରୁ ୪ ଲକ୍ଷ ଟଙ୍କାକୁ ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି। ସେହିପରି ସ୍ବଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ ୨୦୧୭ ମଇ ପହିଲାରୁ ଆରମ୍ଭ ହୋଇଥିବା ଏହି ବୋର୍ଡ ଜରିଆରେ ବର୍ତ୍ତମାନ ୧୦ଟି ବର୍ଗର ପ୍ରାୟ ୩.୬୫ ଲକ୍ଷ ପଞ୍ଜୀକୃତ ଶ୍ରମିକ ସୁବିଧା ପାଉଛନ୍ତି । ଏବେ ଆଉ ୫୦ ବର୍ଗର ଅଣସଂଗଠିତ ଶ୍ରମିକ ଏହି ଯୋଜନାରୁ ଉପକୃତ ହେବେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories