www.samajalive.in
Wednesday, December 10, 2025
14.1 C
Bhubaneswar

ସୌଭାଗ୍ୟ ମିଶ୍ର ପାଇବେ ସାରଳା ସମ୍ମାନ

କଟକ : ବିଶିଷ୍ଟ କବି ପ୍ରଫେସର ଡ. ସୌଭାଗ୍ୟ କୁମାର ମିଶ୍ର ଚଳିତବର୍ଷର ମର୍ଯ୍ୟାଦାଜନକ ‘ସାରଳା ସମ୍ମାନ’ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ୨୨ ତାରିଖ ସନ୍ଧ୍ୟାରେ ବିଜୁ ପଟ୍ଟନାୟକଛକସ୍ଥିତ ସାରଳା ଭବନଠାରେ ସାରଳା ସାହିତ୍ୟ ସଂସଦ ପକ୍ଷରୁ ସଂସଦର ୩୭ତମ ବାର୍ଷିକୋତ୍ସବ ପାଳନ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ପୁରସ୍କାର ଡ. ମିଶ୍ରଙ୍କୁ ପ୍ରଦାନ କରିବେ। ପୁରସ୍କାର ସ୍ୱରୂପ ୫୦ ହଜାର ଟଙ୍କା ଅର୍ଥରାଶି, ତାମ୍ରଫଳକ ଓ ଉପଢ଼ୌକନ ଦିଆଯିବ ବୋଲି ସଂସଦର ପ୍ରତିଷ୍ଠାତା ତଥା ସଭାପତି ଇଂ. ପ୍ରଭାକର ସ୍ୱାଇଁ ଏବଂ ସମ୍ପାଦକ ପ୍ରଫେସର ଡା. ନିରଞ୍ଜନ ତ୍ରିପାଠୀ ମିଳିତ ପ୍ରେସ୍‍ ବିବୃତିରେ ପ୍ରକାଶ କରିଛନ୍ତି। ପ୍ରଫେସର ମିଶ୍ରଙ୍କ ସୃଷ୍ଟି ସମ୍ଭାର ମଧ୍ୟରେ ଅନ୍ଧ ମହୁମାଛି, ମାତ୍ରାସ୍ପର୍ଶ, ଉତ୍ତାନପାଦ, ଚରାଚର ପ୍ରଭୃତି କବିତା ସଙ୍କଳନ ଓ ‘କଥା ଚାରିପଦ’ ଗଳ୍ପ ସଂକଳନ ପ୍ରଭୃତି ଉଲ୍ଲେଖନୀୟ।
ସେ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ଗଙ୍ଗାଧର ମେହେର ଜାତୀୟ କବିତା ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଭୃତି ବହୁ ମର୍ଯ୍ୟାଦାଜନକ ପୁରସ୍କାର ପାଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories